ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ପାଇଁ ସରକାର ସ୍ଵତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ କରନ୍ତୁ : ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସଂଗଠନର ଦାବି  

କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ପାଇଁ ସରକାର ସ୍ଵତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ କରନ୍ତୁ : ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସଂଗଠନର ଦାବି  

କୋରାପୁଟରେ ସାଧାରଣ ପରିଷଦ ବୈଠକ

କୋରାପୁଟ,16/9 : କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ପାଇଁ ସରକାର ସ୍ଵତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ କରିବାକୁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସଂଗଠନ ପକ୍ଷରୁ ଦାବି ହୋଇଛି | କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ର ପ୍ରାଙ୍ଗଣରେ ସଂଗଠନର ସାଧାରଣ ପରିଷଦ ବୈଠକରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ପ୍ରକାଶ ପାଉଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସମ୍ପାଦକମାନଙ୍କୁ ଗୋପବନ୍ଧୁ ସ୍ଵାସ୍ଥ୍ୟ ବୀମା ଯୋଜନାରେ ସାମିଲ କରାଯାଉ, ସରକାରୀ ସ୍ଵୀକୃତି ପାଇଁ ଆବେଦନ କରିଥିବା ସମ୍ୱାଦପତ୍ରଗୁଡ଼ିକୁ କୋହଳ ମନୋଭାବ ପ୍ରକାଶ କରି ସରକାରୀ ସ୍ଵୀକୃତି ପ୍ରଦାନ କରାଯାଉ, ସ୍ଵୀକୃତି ପ୍ରଦାନ କ୍ଷେତ୍ରରେ ସ୍ଵଚ୍ଛତା ଅବଲମ୍ୱନ କରାଯାଉ, ଓଡ଼ିଶାରେ ସାମ୍ୱାଦିକ ଓ ସମ୍ପାଦକମାନଙ୍କ ପାଇଁ ପେନସନ ଓ ସୁରକ୍ଷା ଆଇନ ପ୍ରଣୟନ କରାଯାଉ, ସମ୍ପାଦକମାନଙ୍କୁ ଟୋଲ ଗେଟମାନଙ୍କରେ ନିଃଶୁଳ୍କ ଯାତାୟାତର ବ୍ୟବସ୍ଥା କରାଯାଉ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଓଡ଼ିଆ ସମ୍ୱାଦପତ୍ରଗୁଡ଼ିକ ପ୍ରତି ବିଜ୍ଞାପନ ପ୍ରଦାନ କ୍ଷେତ୍ରରେ ସ୍ଵତନ୍ତ୍ର ନୀତି ନିର୍ଦ୍ଧାରଣ କରାଯାଉ, ସାମ୍ୱାଦିକ ଅଧିସ୍ଵୀକୃତି କମିଟିକୁ କାର୍ଯ୍ୟକ୍ଷମ କରିବା ଇତ୍ୟାଦି ସମ୍ପର୍କରେ ଆଲୋଚନା ହୋଇ ରାଜ୍ୟ ସରକାରଙ୍କୁ ଦାବିପତ୍ର ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା | ଆସନ୍ତା ଦୁର୍ଗାପୂଜା ପରେ ଉପରୋକ୍ତ ଦାବିଗୁଡ଼ିକର ସମାଧାନ ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଥିଲା| ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଯୋଗ ଦେଇଥିବା ସମ୍ପାଦକ ଓ ପ୍ରକାଶକମାନେ ଏହି ସଂଗଠନକୁ ଏକ ରାଷ୍ଟ୍ରୀୟ ସଂଗଠନରେ ପରିଣତ କରାଯିବ ବୋଲି ମତବ୍ୟକ୍ତ କରିଥିଲେ | ଏ ସମ୍ପର୍କରେ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ପ୍ରସ୍ତାବ ଗୃହିତ ହୋଇଥିଲା | ସଂଗଠନର ଅଧ୍ୟକ୍ଷ ତଥା ନବୀନର ସମ୍ପାଦକ ରବି ରଥ ଓ ସଂଗଠନର ମୁଖ୍ୟ ଉପଦେଷ୍ଟା ବିନୋଦ ମହାପାତ୍ରଙ୍କୁ ସଂଗଠନ ପକ୍ଷରୁ ସମ୍ୱର୍ଦ୍ଧିତ କରାଯାଇଥିଲା |ସଂଠଗନର ରାଜ୍ୟ ସଭାପତି ବଂଶୀଧର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ବରିଷ୍ଠ ସାମ୍ୱାଦିକ କିଶୋର ଦ୍ଵିବେଦୀ ଯୋଗଦେଇ ଏହି ସଂଗଠନର ଇତିହାସ ଓ କାର୍ଯ୍ୟକଳାପ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି କହିଥିଲେ | ସମ୍ପାଦକମାନଙ୍କ ଦାବି ଯୁକ୍ତିଯୁକ୍ତ ହୋଇଥିବାରୁ ଏ ସମ୍ପର୍କରେ ରାଜ୍ୟ ସରକାର ହସ୍ତକ୍ଷେପ କରିବା ଉଚିତ ବୋଲି କହିଥିଲେ | ବରିଷ୍ଠ ସାମ୍ୱାଦିକ ସୁରେନ୍ଦ୍ର ପାତ୍ର ତାଙ୍କ ବକ୍ତବ୍ୟରେ ସମ୍ୱାଦପତ୍ରଗୁଡ଼ିକର ଅନୁମୋଦନ ପାଇଁ ଏକ ସ୍ପଷ୍ଟ ନୀତି ପ୍ରଣୟନ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ |

ସାଧାରଣ ସମ୍ପାଦକ ଜେ୍ୟାତି ରଂଜନ ମହାପାତ୍ର ଗତ ବୈଠକର ବିବରଣୀ ପାଠ କରିଥିଲେ | ସଂଗଠନର ମୁଖ୍ୟ ଉପଦେଷ୍ଟା ବିନୋଦ ମହାପାତ୍ର, ସଂଗଠନ ସମ୍ପାଦକ ଜଗଦୀଶ ମିଶ୍ର, ଅକ୍ଷୟ କୁମାର ନାୟକ, ଉପସଭାପତି ଅକ୍ଷୟ କୁମାର ନାୟକ, ସହ ସମ୍ପାଦକ ସ୍ଵଦେଶ ଦାଶ ଓ ରମାକାନ୍ତ ପରିଜା ପ୍ରମୁଖ ମଞ୍ଚାସୀନ ଥିଲେ | ଅନ୍ୟମାନଙ୍କ ମଧ୍ୟରେ ଗଣେଶ ଚନ୍ଦ୍ର ବିଷୋୟୀ, ପ୍ରକାଶ ଚନ୍ଦ୍ର ଖଟୋଇ, ତପନ କୁମାର ପତି, ଚିତ୍ତରଂଜନ ସ୍ଵାଇଁ, ଅନିଲ କୁମାର ସାହୁ, ସରୋଜ ରଂଜନ ପଟ୍ଟନାୟକ, ସୁଶାନ୍ତ କୁମାର ସାହୁ, ସଂଜୟ କୁମାର ଓଝା, ବିଷ୍ଣୁପ୍ରିୟା ସାହୁ, ସତ୍ୟ ନାରାୟଣ ନାୟକ, ବାବୁଲି ବେହେରା ପ୍ରମୁଖ ଆଲୋଚନାରେ ଭାଗ ନେଇ ସମ୍ପାଦକମାନଙ୍କ ବିଭିନ୍ନ ସମସ୍ୟା ଉପସ୍ଥାପିତ କରିଥିଲେ| ରାଜ୍ୟର ବିଭିନ୍ନ ଅଞ୍ଚଳରୁ 40ରୁ ଊର୍ଦ୍ଧ୍ଵ ସମ୍ପାଦକ, ପ୍ରକାଶକ ଯୋଗ ଦେଇଥିଲେ |

(ରବି ରଥ)

ଅଧ୍ୟକ୍ଷ , ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସଂଗଠନ

Related posts

ଆଦି କର୍ମଯୋଗୀ ଅଭିଯାନ କାର୍ଯ୍ୟକ୍ରମ ର ଜିଲ୍ଲା ପ୍ରକ୍ରିୟା ପ୍ରୟୋଗଶାଲା ତିନି ଦିନିଆ ଆବାସିକ ପ୍ରଶିକ୍ଷଣ ସମାପନ

Sunil Chandra Nayak

୧- ଭାରସାମ୍ୟ ହରାଇ ୧୩ . ପୁଟ ଖାତରେ ପଡ଼ିଲା ମଟର ସାଇକେଲ ଏବଂ ଚାଳକ ମୃତ  , ୨- ଘରର କାନ୍ଥ କାମ କରୁଥିବା ବେଳେ କାନ୍ଥ ଭାଙ୍ଗି ଉପରେ ପଡ଼ିବାରୁ ମିସ୍ତ୍ରୀର ମୃତ୍ୟୁ

masiha

ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା 

masiha

Leave a Comment

error: Content is protected !!