ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ଏକ ପେଡ ମାଁ କେ ନାମ” ୨.୦

ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ଏକ ପେଡ ମାଁ କେ ନାମ” ୨.୦

ଧର୍ମଗଡ଼ ବ୍ଲକ୍ ଲଖିରାମ ଅଗ୍ରୱାଲ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବେହେରା ଠାରେ ” ଏକ ପେଡ ମାଁ କେ ନାମ” ୨.୦ କାର୍ଯ୍ୟକ୍ରମରେ ବୃକ୍ଷ ରୋପଣ ସହିତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ହୋଇ ଯାଇଛି। ରଞ୍ଜନ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସଭା ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ପରେ ସାମୁହିକ ବୃକ୍ଷ ରୋପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଅକ୍ଷୟ କୁମାର ପଟ୍ଟନାୟକ, ନିକୁଞ୍ଜ ବିହାରୀ ସାହୁ, ଫକିର ଚଣ୍ଡି ଉପସ୍ଥିତ ଥିଲେ। ଯୁବ ରେଡକ୍ରସ୍ ସଂଯୋଜକ ମୋହନ ଚରଣ ବିଷି ଓ ଶାରୀରିକ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଯୁବ ରେଡକ୍ରସ୍ ସ୍ବେଚ୍ଛାସେବୀ ଓ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ଭାଗନେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଅଶୋକ ଚଣ୍ଡି ଓ ସାନୁର୍ଯ୍ୟ ଗୋପାଳ ସହଯୋଗ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଚଳିତ ଖରିଫ୍ ଋତୁର ରୁପ୍ରା ଧାନମଣ୍ଡି ଶୁଭାରମ୍ଭ, ପ୍ରଥମ ଦିନରେ ଉଠିଲା ଦୁଇଟି ଚାଷୀଙ୍କ ୧୦୫ କ୍ୱିଣ୍ଟାଲ୍ ୨୯ କେଜି ଧାନ  

masiha

ଟେମରା ପଞ୍ଚାୟତରେ ମଧୁବାବୁ ପେନସନ ଯୋଜନାରେ ସାମିଲ ହେଲେ ୨୮ ହିତାଧିକାରୀ

Sunil Chandra Nayak

ଚିନ୍ମୟ ପବ୍ଲିକ ସ୍କୁଲର ଗ୍ରୀଷ୍ମ କାଳୀନ ଶିବିର ଉଦଯାପିତ

Leave a Comment

error: Content is protected !!