ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପୁଣି ସ୍ଥିତି ଜାହିର୍ କଲା ଲାଲ୍ ବାହିନୀ : ଆସନ୍ତା ୨୧ ରୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାନର ମାଧ୍ୟମରେ ଆହ୍ବାନ 

ପୁଣି ସ୍ଥିତି ଜାହିର୍ କଲା ଲାଲ୍ ବାହିନୀ : ଆସନ୍ତା ୨୧ ରୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାନର ମାଧ୍ୟମରେ ଆହ୍ବାନ 

କନ୍ଧମାଳ, ତା, ୧୮/୦୯: (ମନିସ): କିଛି ଦିନର ନିରବତା ପରେ ବ୍ୟାନର ଜାରୀ କରି ପୁଣିଥରେ ସ୍ଥିତି ଜାହିର କଲା ଲାଲ୍ ବାହୀନି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା,ସୁଡ୍ରା ଓ ଖମଣଖୋଲ ପଞ୍ଚାୟତରୁ ଫିରିଙ୍ଗିଆ ବ୍ଲକ୍ କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଏକାଧିକ ସ୍ଥାନରେ ଗୁରୁବାର ସକାଳେ କେକେବିଏନ୍ ମାଓ ସଂଗଠନ ପକ୍ଷରୁ ବ୍ୟାନର ଲଗାଯାଇଥିବା ଜଣାପଡ଼ିଛି । ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ଅଧିନସ୍ଥ ସୁଡ୍ରା ଯିବା ରାସ୍ତାର ଡାବୁଡ଼କା ଘାଟିରେ ମାଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି । ଆସନ୍ତା ୨୧ ତାରିଖରେ ଲାଲ୍ ବାହୀନି ପାଳୁଛି ୨୯ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ବିପ୍ଳବୀଙ୍କୁ ଉତ୍ସାହିତ କରନ୍ତୁ ବୋଲି ବ୍ୟାନରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି । ଦୀର୍ଘ ଦିନ ପରେ କେକେବିଏନ୍ ମାଓ ସଙ୍ଗଠନର ଏହି ବ୍ୟାନର ଦେଖି ଅଞ୍ଚଳରେ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି । ସେପଟେ କନ୍ଧମାଳ ପୋଲିସ୍ ପକ୍ଷରୁ ମାଓ ଦମନ ପାଇଁ ଜୋରଦାର୍ ପ୍ରଚେଷ୍ଟା ଚାଲିଥିବା ବେଳେ ଦୀର୍ଘ ଦିନ ପରେ ପୁଣି ଥରେ ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓ ସଙ୍ଗଠନର ନିଜର ସ୍ଥିତି ଜାହିର୍ କରିଛି । ଏହା ପୋଲିସ୍ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ୍ ସୃଷ୍ଟି କରିଛି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ 

Related posts

ଜବାହାର ଉଚ୍ଚ ବିଦ୍ୟାଳୟରେ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସଵ ଅନୁଷ୍ଠିତ

masiha

ବିଶିଷ୍ଟ ଶ୍ରମିକ ନେତା ବିଷ୍ଣୁ ମହାନ୍ତି ଙ୍କ ବିୟୋଗରେ ଏଚ୍.ଏମ.ଏସ ପକ୍ଷରୁ ବିଜୟ ମହାନ୍ତି ଙ୍କ ଶୋକ ପ୍ରକାଶ

କନ୍ଧମାଳ ଜିଲ୍ଲାରେ ଆଠଟି ଏକଲବ୍ୟ ବିଦ୍ୟାଳୟ ସ୍ଥାପନ ହେବ

Sunil Chandra Nayak

Leave a Comment

error: Content is protected !!