ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାମୁଣ୍ଡା ବ୍ଲକ ଦଶପୁର ଠାରେ ନାରୀ ସଚେତନା କାର୍ଯ୍ୟକ୍ରମ

ଗୋଲାମୁଣ୍ଡା ବ୍ଲକ ଦଶପୁର ଠାରେ ନାରୀ ସଚେତନା କାର୍ଯ୍ୟକ୍ରମ

ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଦଶପୁର ମଧ୍ଯ ଇଂରାଜୀ ବିଦ୍ୟାଳୟ ଠାରେ ମହିଳାଙ୍କ ସଚେତନତାକୁ ନେଇ ଭାରତୀୟ ଆଦିମ ଜାତି ସେବାସଙ୍ଘ ଓ ସମାଜ କଲ୍ୟାଣ କାର୍ଯ୍ୟାଳୟ କଳାହାଣ୍ଡି ତରଫରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି l ଏଥିରେ ସ୍ଥାନୀୟ ସରପଞ୍ଚ ରଞ୍ଜନ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସମ୍ମାନୀୟ ଅତିଥି ଭାବେ ସୁପର ଭାଇଜର ଶାନ୍ତି ମଙ୍ଗରାଜ, ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ପଟ୍ଟନାୟକ, ଶିଶୁ ବିକାଶ କାର୍ଯ୍ୟାଳୟର ବ୍ଲକ ସଂଯୋଜିକ ବିନିତା ରାଉତ, ପୋଲିସ ଅଧିକାରୀ ଅଜୟ କୁମାର ଗୋପାଳ ଯୋଗଦେଇ ଶକ୍ତି ସଦନ ରେ କେଉଁ ମହିଳା ମାନେ ରହିପାରିବେ, ବାଲ୍ୟ ବିବାହ ରୋକିବା, ଯୌତୁକ ପ୍ରଥା, ଘରୋଇ ହିଂସା, ଯୌନ ଓ ମାନସିକ ନିର୍ଯାତନା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଧର୍ମଗଡ ଶକ୍ତି ସଦନ ର ପରିଚାଳିକା ସସ୍ମିତା ପାତ୍ର କାର୍ଯକ୍ରମ ପରିଚାଳନା କରି ମହିଳାମାନେ କିଭଳି ଶିକ୍ଷା କ୍ଷେତ୍ରରେ କିଭଳି ଆଗକୁ ଯିବେ,ସେମାନେ କେମିତି ଆତ୍ମନିର୍ଭରଶିଳ ହେବେ, ସ୍ୱାସ୍ଥ୍ୟର ଯତ୍ନନେବେ,ନିର୍ଯାତନାରୁ କିଭଳି ଦୁରେଇ ରହିବେ ତଥା ବାଲ୍ୟ ଵିଵାହରୁ ଦୁରେଇ ରହିବା ସହ ସରକାରଙ୍କ ତରଫରୁ ମହିଳା ମାନଙ୍କ ପାଇଁ ଥିବା ସୁବିଧା ସୁଯୋଗ ବିଷୟରେ ବୁଝାଇ ଥିଲେ l ଅନୁଷ୍ଠିତ ସାଧାରଣ ସଭାରେ ଦଶପୁର ଗ୍ରାମପଞ୍ଚାୟତର ସି ଆର ପି,ଏମବିକେ , ଅଙ୍ଗନୱାଡି କର୍ମୀ, ଆଶାକର୍ମୀ, ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳା ସମେତ ଗ୍ରାମର ଯୁବତୀ ମାନେ ବହୁ ସଂଖ୍ୟାରେ ସାମିଲ ଥିବା ବେଳେ ଧର୍ମଗଡ ଶକ୍ତି ସଦନ ଗୃହ କାର୍ଯ୍ୟାଳୟର ଦେବରାଜ ମହାନନ୍ଦ ଧନ୍ୟବାଦ ପ୍ରଦାନ କରିଥିଲେ l

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ମହିଳା ଜନ ସୁରକ୍ଷା ମଞ୍ଚ ର ସ୍ବଛ ଗ୍ରାମ ମାନଙ୍କ ସମସ୍ୟା ସମାଧାନ ଜିଲ୍ଲା ସ୍ତର ରେ ଦାବୀ

Sunil Chandra Nayak

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଷ୍ଟାଣ୍ଡିଂ କମିଟି ର ଡାବୁଗାଁ ବାଳିକା ଉଚ୍ଚ ବିଦ୍ୟାଳୟ ଗସ୍ତ 

masiha

ଅବକାରୀ ଧରପଗଡ, ୩ ଗିରଫ 

masiha

Leave a Comment

error: Content is protected !!