ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ମାଁ ଗଜଲକ୍ଷ୍ମୀ ପୂଜା ପାଇଁ କଳସ ଯାତ୍ରା 

ମାଁ ଗଜଲକ୍ଷ୍ମୀ ପୂଜା ପାଇଁ କଳସ ଯାତ୍ରା 

ଡାବୁଗାଁ, ୫/୧୦ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ରେଲି ସାହି ଠାରେ ମାଁ ଗଜଲକ୍ଷ୍ମୀ ପୂଜା ନିମନ୍ତେ ରବିବାର ସନ୍ଧ୍ୟାରେ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି | ଏଥିରେ ଆଜି ସନ୍ଧ୍ୟାରେ ମା ଠାକୁରାଣୀ ମନ୍ଦିର ପୋଖରୀରେ ପୂଜାର୍ଚ୍ଚନା କରି ବାଜା ବଜାଇ ବାଣ ଫୁଟାଇ ଏକ ବିରାଟ ଶୋଭାଯାତ୍ରାରେ କଳସ ଅଣାଯାଇଥିଲା | ବୁଧବାର ସକାଳୁ ମାଙ୍କ ବିଭିନ୍ନ ରୀତିନୀତି ଅନୁଯାଇ ପୂଜା ଆରମ୍ଭ ହେବ | ଏଥିରେ ରଞ୍ଜିତ କୁମାର ଘରାଇ କର୍ତ୍ତା ଭାବେ ଦାୟିତ୍ଵ ରେ ରହିଥିବା ବେଳେ ମୁଖ୍ୟ ପୂଜକ ଭାବେ ଚୈତନ ଦାସ ଙ୍କ ସମେତ ଗୋବିନ୍ଦ ଚନ୍ଦ୍ର ପଣ୍ଡା ପ୍ରମୁଖ ପୂଜା କରିଥିଲେ | ଏଥିରେ ମା ଗଜଲକ୍ଷ୍ମୀ ପୂଜା କମିଟିର କେଶବ ରେଲି, ଜଗନ୍ନାଥ ରେଲି, ଲବ ରେଲି, ପାପନ୍ନା ରେଲି, ସୁରେନ୍ଦ୍ର ରେଲି, ଶୋଭା ରେଲି, ଗୋପୀ ରେଲି, ସୁଦର୍ଶନ ରେଲି, ଶଶୀ ରେଲି, ଜିତୁ ରେଲି, ରାବଣା ରେଲି ଓ ଅନ୍ୟ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ରାଇରଙ୍ଗପୁର ପ୍ରସିଦ୍ଧ ୩୩ ତମ ରଥଯାତ୍ରା ପାଇଁ ଜଗନ୍ନାଥ ମନ୍ଦିରରେ ରଥକାଠ ଅନୁକୂଳ

Sunil Chandra Nayak

‌ରାଇରଙ୍ଗପୁରରେ ୪୦ ତମ ମା’ ଵାସନ୍ତିକ ପୂଜା

masiha

ଷୋହଲ ପ୍ରହର ନାମଯଜ୍ଞ ଅନୁଷ୍ଠିତ

Leave a Comment

error: Content is protected !!