ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁରଠାରେ ଜିଳ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁରଠାରେ ଜିଳ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୦୬.୧୦.୨୦୨୫)(ମ.ନି.ସ) ଆଜି ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାଏକ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୫ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୪ ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଵିଜାତଳାରେ ଦିବ୍ଯାଙ୍ଗ ଦିବସ ପାଳିତ

masiha

କ୍ଲିନ୍ ଆଣ୍ଡ ଗ୍ରୀନ୍ ର ଦ୍ୱିତୀୟ ବାର୍ଷିକୋତ୍ସବ

Sunil Chandra Nayak

ବର୍ଷାରେ ଭାଙ୍ଗିଲା ଘର, ଆଶ୍ରୟ ଚିନ୍ତାରେ ନିରୀହ ଦମ୍ପତି

masiha

Leave a Comment

error: Content is protected !!