ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଳାହାଣ୍ଡି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

କଳାହାଣ୍ଡି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

 କଳାହାଣ୍ଡି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ସ୍ଥାନୀୟ ଟାଉନ ହଲ ଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଅକ୍ଟୋବର ନଅ ତାରିଖ ଦିନ ଅମଲା ଭବନ ଠାରେ ବରିଷ୍ଠ ନାଗରିକ ମାନଙ୍କର ଏକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା।ଏଥିରେ ରକ୍ତଚାପ, ମଧୁମେହ,ଚକ୍ଷୁ ପରୀକ୍ଷା ଇତ୍ୟାଦି ଚିକିତ୍ସା କରାଯାଇଥିଲା। ଆଜି ଟାଉନ୍ ହଲ୍ ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳନ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ନିହାରେନ୍ଦ୍ର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ନାଗରିକ ମାନଙ୍କ ମଧ୍ୟରେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା।ଯୋଗ ଶିବିର ପରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଶମିତl ରାୟ ଙ୍କ ଅଧ୍ୟକ୍ଷତାରେ ସଚେତନତା ସଭା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତଜିଲ୍ଲାପାଳ(ସାଧାରଣ) ତନ୍ମୟ କୁମାର ଦରୱାନ,ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡା ନିହାରେନ୍ଦ୍ର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଶୁଭ୍ରାଂଶୁ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସୀଙ୍ଗ ରାଉତ, ଜିଲ୍ଲା ବରିଷ୍ଟ ନାଗରିକ ସଂଘ ର ଉପ ସଭାପତି ମଳୟ ମୁଣ୍ଡ, ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ର ସଭାପତି ଶରତ ଚନ୍ଦ୍ର ନାୟକ, ଭାଜପା ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ଼,ଏମ୍ ପି ଙ୍କ ପ୍ରତିନିଧି ଜୟଶଙ୍କର ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ମାନଙ୍କୁ ସମ୍ମାନିତ କରିବା ସହିତ କିଛି ବରିଷ୍ଠ ନାଗରିକ ମାନଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା।ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ କୁ ଜୁନାଗଡ଼ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ତୁଷାର ରଞ୍ଜନ ସାହୁ ପରିଚାଳନା କରିଥିଲେ। ଏଥିରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ର କର୍ମଚାରୀ ସହଯୋଗ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସମ୍ମିଳନୀ କକ୍ଷରେ ଅଖିଳ ଭାରତୀୟ ଶିକ୍ଷା ସମାଗମ କାର୍ଯ୍ୟକ୍ରମରେ ୧୬୫ ଜଣ ଛାତ୍ରଛାତ୍ରୀଙ୍କୁ ଚଷମା ଓ ପୁସ୍ତକ ବଣ୍ଟନ

Sunil Chandra Nayak

ରାଇରଙ୍ଗପୁର ପିସିଏମ ସ୍କୁଲ ପରିସରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଦିଵ୍ଯାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ; ୬୫ ଛାତ୍ରଛାତ୍ରୀଙ୍କୁ ୯୩ ଉପକରଣ ବଣ୍ଟନ 

Sunil Chandra Nayak

ଜିଲ୍ଲାସ୍ତରୀୟ କୁଇଜ୍,ପ୍ରବନ୍ଧ ଓ ବିତର୍କ ପ୍ରତିଯୋଗିତା

masiha

Leave a Comment

error: Content is protected !!