ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଷ୍ଠୀ ଭିତ୍ତିକ ଜଳ ପରିଚାଳନା ଉପରେ ତାଲିମ 

ଗୋଷ୍ଠୀ ଭିତ୍ତିକ ଜଳ ପରିଚାଳନା ଉପରେ ତାଲିମ 

ଡାବୁଗାଁ, ୧୩/୧୦ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଳକ ସମ୍ମିଳନୀ କକ୍ଷ ଠାରେ ଗୋଷ୍ଠୀ ଭିତ୍ତିକ ଜଳ ପରିଚାଳନା ଉପରେ ଏକ ତାଲିମ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପ୍ରଶିକ୍ଷକ ଭାବେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ଓଏଲଏମ ବିପିଏମ ଦୀପ୍ତି କିଶୋର ନାୟକ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତେ ପ୍ରସାଦ ନାଗ ପ୍ରମୁଖ ଯୋଗ ଦେଇ ତାଲିମ ଦେଇଥିଲେ | ଏଥିରେ ଜଳ ଜୀବନ ଏବଂ ବସୁଧା ଯୋଜନା, ଜଳ ଜୀବନ ମିଶନ ର ଉପାଦାନ, ଜଳ ଯୋଗାଣ ଯୋଜନାର ପ୍ରକାର, ଗ୍ରାମୀଣ ପାଇପ ଯୋଗେ ଜଳ ଯୋଗାଣ ପାଇଁ ଉପଯୁଥିବା ସମସ୍ୟା ଓ ବିପଦ, ଜଳ ଯୋଗାଣର ପରିଚାଳନା, ପାଇପ ଜଳ ଯୋଗାଣ ଆମ ଘରେ କିପରି ପହଞ୍ଚେ, ପାନୀୟ ଜଳ କିପରି ଦୂଷିତ ହୁଏ, ଜଳର ରାସାୟନିକ ପ୍ରଦୂଷଣ, ଗ୍ରାମ୍ୟ ଜଳ ଓ ପରିମଳ କମିଟି ଆଦି ଉପରେ ତାଲିମ ଦିଆଯାଇଥିଲା | ଏଥିରେ ସରପଞ୍ଚ ୬ ଜଣ, ୱାର୍ଡ ସଭ୍ୟ ୧୪ ଜଣ ଓ ଅଙ୍ଗନୱାଡି କର୍ମୀ ୫୦ ଜଣ ମୋଟ ୭୦ ଜଣ ତାଲିମ ନେଇଥିଲେ | ଏହି କାର୍ଯ୍ୟକ୍ରମକୁ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ପଞ୍ଚତତ୍ତ୍ବରେ ଲୀନ ହେଲେ ଯାତ୍ରା ଜଗତର ମହାନ କଳାକାର

masiha

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

masiha

ପିରବତୀ କଲେଜରେ ସାଧାରଣତନ୍ତ୍ର ଦିବସ ପାଳିତ

masiha

Leave a Comment

error: Content is protected !!