ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନର୍ଲା ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଆୟୋଜିତ

ନର୍ଲା ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଆୟୋଜିତ

ନର୍ଲା, ୧୭।୧୦: ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଆୟୋଜିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ, ସମ୍ମାନିତ ଅତିଥି ଭାବେ ବିଆରସିସି ଗୋବର୍ଦ୍ଧନ ମାଝୀ, ଏବିଇଓ ସୂର୍ଯ୍ୟଦେବ ବାଗ, ଏବିଇଓ ସୁଢ଼ଳଦେବ ମୁଣ୍ଡ, ଅବସରପ୍ରାପ୍ତ ଏବିଇଓ ଦ୍ରୋଣ ରଣା, ବର୍ଣ୍ଣାଳୀ ଆଞ୍ଚଳିକ ପରିଚାଳକ ସ୍ୱାହା ଦାଶ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ବ୍ଲକ ଅନ୍ତର୍ଗତ ୧୭ଟି କ୍ଲଷ୍ଟରର ଛାତ୍ରଛାତ୍ରୀ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ପିଏମ୍ ପୋଷଣ ଚିତ୍ରକଳା ଓ ଶିଳ୍ପକଳା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କୃତି ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସୁରଭିରେ ଯୋଗଦେବେ ବୋଲି ଜଣାପଡିଛି। ମଞ୍ଚ ପରିଚାଳନା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଶିକ୍ଷକ ଅନୀଲଚନ୍ଦ୍ର ସାହୁ। ଧନ୍ୟବାଦ ଦେଇଥିଲେ ସିଆରସିସି ନୀଳମଣି ସାହୁ। ଏଥିରେ ସମସ୍ତ ସିଆରସିସି, ବିଇଓ କାର୍ଯ୍ୟାଳୟର କର୍ମକର୍ତ୍ତା ତଥା ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ। 

ଦୀପକ ଠାକୁର ଙ୍କ ରିପୋର୍ଟ୍ 

Related posts

ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

Sunil Chandra Nayak

ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ: ଏକକ ସମ୍ପର୍କ ଅଭିଯାନ କରିବେ ଯୁଗ ଯାତ୍ରୀ ସାହିତ୍ୟ ସଂସଦର ସମ୍ପାଦକ ହେମନ୍ତ ସାହୁ

Sunil Chandra Nayak

ପଶ୍ଚିମ ଓଡିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର ଙ୍କ ଶୈବ ପୀଠ ପରିଦର୍ଶନ

masiha

Leave a Comment

error: Content is protected !!