ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିନ ନିମନ୍ତେ ଶପଥ 

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିନ ନିମନ୍ତେ ଶପଥ 

ରାୟଗଡ/ ରାମନାଗୁଡ଼ା ତା:୨୭-୨୧୦-୨୦୨୫ରିଖ ଠାରୁ ଆସନ୍ତା ତା:୦୨-୧୧-୨୦୨୫ରିଖ ପର୍ଯ୍ୟନ୍ତ ରାୟଗଡ ଜିଲ୍ଲାରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଆଜି ୨୭-୧୦ତାରିଖ ଦିନ ରାମନାଗୁଡା ବ୍ଲକ ପରିସରରେ ଜିଲ୍ଲାପାଳ, ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଉପସ୍ଥିତ ସମସ୍ତ ଜିଲ୍ଲା ସ୍ତରୀୟ, ଉପଖଣ୍ଡ ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ । ଶପଥ ପାଠ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରାୟଗଡ ଆଶୁତୋଷ କୁଲକର୍ଣ୍ଣି, ଉପ ଜିଲ୍ଲାପାଳ ଗୁଣପୁର ଦୁଧାଲ ଅଭିଷେକ ଦିଲୀପ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ପ୍ରଦୀପ୍ତ କୁମାର, ରାମନାଗୁଡା ବ୍ଲକ ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ, ରାମନାଗୁଡା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ରାମନାଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ରାୟଗଡ଼ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ନାୟକ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁରଙ୍କ ଉପସ୍ଥିତିରେ ସମସ୍ତ କର୍ମଚାରୀ ଓ ପଦାଧିକାରୀଙ୍କୁ ମାର୍ଗ ଦୁର୍ନୀତି ନିବାରଣ ଉପରେ ମାର୍ଗ ଦର୍ଶନ କରି ଶପଥ ପାଠ କରାଇଥିଲେ l ସେହିପରି ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ମାନଙ୍କରେ କର୍ମଚାରୀ ମନେ ଆଜି ଶପଥ ପାଠ କରିଥିଲେ l

       ଆଜିଠାରୁ ଆରମ୍ଭ ହୋଇଥିବା ସପ୍ତାହେ ବ୍ୟାପି ଜନ ସଚେତନତା କାର୍ଯ୍ୟକ୍ରମ ବିଭିନ୍ନ ବ୍ଲକ, ଗ୍ରାମ ପଞ୍ଚାୟତ ପର୍ଯ୍ୟନ୍ତ ଆୟୋଜନ କରାଯିବ । ଆସନ୍ତା ତା ୨୯/୧୦/୨୦୨୫ରିଖରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

“ଭୟବିତ ବାଣୀ କାହାକୁ -ନିର୍ଦ୍ଧେଶକ” ମୁଖ୍ୟମନ୍ତ୍ରୀ ଆମୋ ଲୋକ-ଡ଼ିଡ଼ିସିଏ ସୋରେନ

masiha

ନର୍ଲାରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦଘାଟିତ

Sunil Chandra Nayak

ହିଞ୍ଜିଳିରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ପଦଯାତ୍ରା 

Sunil Chandra Nayak

Leave a Comment

error: Content is protected !!