ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

କୋରାପୁଟ ସଦର ମହକୁମାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ସ୍ଥାନୀୟ ସଦଭାବନା ସଭାଗୃହ ଠାରେ ଦୁର୍ନୀତି ନିବାରଣ ସଚେତନତା ସଭା ଆୟୋଜନ କରାଯାଇଥିଲା।କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଭିଜିଲାନସ ଏସପି ରବୀନ୍ଦ୍ର କୁମାର ପଣ୍ଡା,ଅତିରିକ୍ତ ଜିଲ୍ଲାପାଳ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର,କୋରାପୁଟ ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଦୁର୍ନୀତି ନିବାରଣ ଆମ ସାମୁହିକ ଦାୟିତ୍ବ ବିଷୟବସ୍ତୁ ଉପରେ କୋରାପୁଟ ଉପଜିଲ୍ଲାପାଳ ପ୍ରେମଲାଲ ହିଆଲ ବକ୍ତବ୍ୟ ପ୍ରଦାନ କରିଥିଲେ।ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା, କୋରାପୁଟ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଶ୍ନେହପ୍ରଭା ମାଝୀ,ଜିଲ୍ଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି, ଜିଲ୍ଲା ଶିକ୍ଷା ଅଧିକାରୀ କରୁଣାକର ଭୁଏ,ଅବକାରୀ ଅଧିକ୍ଷକ ଅରୁଣ କୁମାର ପାଢ଼ୀ,ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲ ଅଧିକ୍ଷକ ପ୍ରଫେସର ଡାକ୍ତର ସୁଶାନ୍ତ କୁମାର ସାହୁ,କୋରାପୁଟ ଉପଖଣ୍ଡ ପୋଲିସ ଅଧିକାରୀ ସଞ୍ଚୟ କୁମାର ମଣ୍ଡଳ ଉପସ୍ଥିତ ଥିଲେ। ଅତିରିକ୍ତ ଏସପି ଆନନ୍ଦ ପ୍ରସାଦ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।ସାମ୍ୱାଦିକ ନନ୍ଦ କିଶୋର ଗୁରୁ ମଞ୍ଚ ପରିଚାଳନା କରିଥିବା ବେଳେ ଭିଜିଲାନସ୍ ଇନ୍ସପେକ୍ଟର ସଞ୍ଚୟ କୁମାର ପ୍ରଧାନ, ସୂର୍ଯ୍ୟ ପ୍ରକାଶ ନାୟକ, ଅନୁଭା ଦାସ, ସାବିତ୍ରୀ ପ୍ରଧାନ ଓ ସନ୍ତୋଷୀ ବାରିକ , ଅଭୟ ପ୍ରଧାନ ପ୍ରମୁଖଙ୍କ ସହ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗର ଅଲିଭା କୁମାର ବେହେରା ଓ ଏସ କେ ସେଠୀ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ ।ଏଥି ପୂର୍ବରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଚେତନତା ଶୋଭାଯାତ୍ରାର ଶୁଭାରମ୍ଭ କରାଯାଇ ସହର ପରିକ୍ରମା କରାଯାଇଥିଲା। ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

140th FOUNDER’S DAY CELEBRATED IN JK PAPER MILL RAYAGADA

masiha

ପିସି ଏଣ୍ଡ ପିଏନଣ୍ଡିଟି ଆକ୍ଟ ଅନୁସାରେ ଅଲ୍ଟ୍ରାସାଉଣ୍ଡ ମେସିନ ଚାଲିବା ନେଇ ପ୍ରସାନିକ ବୈଠକ

Sunil Chandra Nayak

ସଂକଳ୍ପ ସପ୍ତାହ ପାଳନ ନେଇ ପ୍ରସ୍ତୁତି ବୈଠକ 

masiha

Leave a Comment

error: Content is protected !!