ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ ମୋଟ ୨୯୩ଗୋଟି ଅଭିଯୋଗର ହେଲା ଶୁଣାଣି 

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ମୋଟ ୨୯୩ଗୋଟି ଅଭିଯୋଗର ହେଲା ଶୁଣାଣି 

 ମୟୂରଭଂଜ – ୦୩.୧୧.୨୦୨୫  — ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଯାଇଛି .ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ,ଭା.ପୋ.ସେ., ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ।

ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡ ର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୯୩ଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା । ଉକ୍ତ ୨୯୩ଗୋଟି ଅଭିଯୋଗ ମଧ୍ୟରୁ ୨୬୧ଟି ବ୍ୟକ୍ତିଗତ ସମସ୍ୟା ସମ୍ଭନ୍ଧିତ ଥିବାବେଳେ, ୩୨ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା। ୭ଟି ଆପତ୍ତିର ତତ୍କାଳ ସମାଧାନ ହୋଇଥିଲା।

ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୭ଜଣ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୫,୦୦୦/-ଟଙ୍କା ମଂଜୁର କରିଛନ୍ତି ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସହଯୋଗ କରିଥିଲେ।

ମୟୂରଭଂଜ ରୁ ଅକ୍ଷୟ ବିଶ୍ବାଳ

Related posts

ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ୭୧ ତମ ସର୍ବଭାରତୀୟ ସମବାୟ ମହୋତ୍ସବ 

masiha

ନବରଙ୍ଗପୁର ସାଂସଦ ଙ୍କ ସମୀକ୍ଷା ବୈଠକ 

masiha

ଖଡ଼ିଆଳ ପୂର୍ବତନ ବିଧାୟକ ହିତେଶ କୁମାର ବଗର୍ତ୍ତି ଅଖିଳ ଭାରତବର୍ଷ ଯାଦବ ମହା ସମାଜର ଉପ-ସଭାପତି ରୂପେ ମନୋନୀତ, ଖଡିଆଳ ଜିଲ୍ଲା ଓ ନଗର ଯାଦବ ସମାଜ ପକ୍ଷ ରୁ ବିପୁଳ ସମ୍ବର୍ଦ୍ଧନା

masiha

Leave a Comment

error: Content is protected !!