ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:(ତା୦୪.୧୧.୨୦୨୫)(ମ.ନି.ସ)ଆଜି ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୩ ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

୧୦୮ ଆମ୍ବୁଲାନ୍ସରେ ସୁରକ୍ଷିତ ପ୍ରସବ କରାଇ ମାନବତାର ପରିଚୟ ଦେଲେ ଫାର୍ମାସିଷ୍ଟ ଯୁଗଳ କିଶୋର ଶବର

ତାରଣାରେ ସାଗୁନ ବାହା ଦୋସନ୍ ପାଳିତ

masiha

ତେରେସିଂହା ମାଁ ଗଜଲକ୍ଷ୍ମୀ ପୂଜା ନୂତନ କମିଟି ଗଠିତ

masiha

Leave a Comment

error: Content is protected !!