ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଡାବୁଗାଁ କେଲିଆ ଶୈବ ପୀଠରେ କାର୍ତ୍ତିକ ପୂର୍ଣ୍ଣିମା ପାଳିତ 

ଡାବୁଗାଁ କେଲିଆ ଶୈବ ପୀଠରେ କାର୍ତ୍ତିକ ପୂର୍ଣ୍ଣିମା ପାଳିତ 

ଡାବୁଗାଁ, ୫/୧୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକର ଚଚରାଗୁଡା ପଞ୍ଚାୟତ ଅଧୀନ କେଲିଆ ଶୈବ ପୀଠରେ କାର୍ତ୍ତିକ ପୂର୍ଣ୍ଣିମା ବୁଧବାର ଧୂମଧାମରେ ପାଳିତ ହୋଇଯାଇଛି | ଚଳିତ ବର୍ଷ କାର୍ତ୍ତିକ ପୂର୍ଣ୍ଣିମା ରେ ଶ୍ରଦ୍ଧାଳୁ ମାନେ ଝାଡେଶ୍ଵର ମହାଦେବଙ୍କୁ ଦର୍ଶନ କରିବା ନିମନ୍ତେ ରାତି ୪ ଘ. ସମୟରୁ ଲମ୍ବା ଧାଡିରେ ଛିଡା ହୋଇଥିଲେ | ଏହି କେଲିଆ ଶୈବ ପୀଠକୁ ଡାବୁଗାଁ ବ୍ଲକ ସମେତ ଜିଲାର ବିଭିନ୍ନ ବ୍ଲକ ଓ ପଡୋଶୀ ଜିଲା କୋରାପୁଟ, କଳାହାଣ୍ଡି ଏବଂ ପଡୋଶୀ ଛତିଶଗଡ ରାଜ୍ୟରୁ ମଧ୍ୟ ଭକ୍ତମାନେ ଆସି ଝାଡେଶ୍ଵର ମହାଦେବଙ୍କୁ ଦର୍ଶନ କରିଥିଲେ | ଏଥିରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝି, ମନ୍ଦିର ପରିଚାଳନା କମିଟିର ଜି. ସାଇ ରାଜୁ, ସୁରେନ୍ଦ୍ର କୁମାର ମିଶ୍ର, ଭଗବାନ ମହାନ୍ତି, ସୂର୍ଯ୍ୟନାରାୟଣ ଶୁବୁଦ୍ଧି, ଭଗବାନ ଖୁଣ୍ଟିଆ, ଧର୍ମାନନ୍ଦ ନାୟକ, ଭାଗିରଥି ମାଝି, ସୁକଦେବ ମାଝି, ଦୁର୍ଜ୍ୟ ଭତ୍ରା, ପଦମ ମାଝି, ତ୍ରିନାଥ ପାଣ୍ଡେ, ମୋହନସିଂ ଗଣ୍ଡ ଓ କମିଟି କର୍ମକର୍ତ୍ତା, ସ୍ଵଚ୍ଛାସେବୀ ମାନେ ପରିଚାଳନା କରିଥିଲେ | ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା | ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା ଦଳ ଭକ୍ତ ମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଇଥିଲେ | ପ୍ରାୟ ୨୫ ହଜାରରୁ ଊର୍ଦ୍ଧ୍ଵ ଭକ୍ତଙ୍କ ସମାଗମ ହୋଇଥିଲା | ଏହା ସହ ଡାବୁଗାଁ ଶିବ ମନ୍ଦିର ,ବାଘବେଡା, ଜୁନାପାଣି, ବଡଓଲମା ଓ ବିରିଶୋଲା ଶିବ ମନ୍ଦିର ରେ ମଧ୍ୟ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଅସୁରଗଡ଼ରେ ବୈଦିକ ମହାଯଜ୍ଞ

masiha

ଓଡ଼ିଆଙ୍କ ଅନ୍ୟତମ ଗଣପର୍ବ ଅଗ୍ନି ଉତ୍ସବ

Sunil Chandra Nayak

ଓଡ଼ିଶା ଡ୍ରାଇଭର ମହାସଂଘ, ଲକ୍ଷ୍ମୀପ୍ରସାଦ ତରଫରୁ ବିଶ୍ୱକର୍ମା ପୂଜା ଅନୁଷ୍ଠିତ 

masiha

Leave a Comment

error: Content is protected !!