ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ଛାୟା ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ 

ଜିଲ୍ଲା ସ୍ତରୀୟ ଛାୟା ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ 

ରାୟଗଡ ଜିଲ୍ଲା ସ୍ତରୀୟ ଛାୟା ସଂସଦ କାର୍ଯ୍ୟକ୍ରମ ଶନିବାର ଜିସିଡ଼ି ହାଇସ୍କୁଲ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ରେ କୋରାପୁଟ ଲୋକସଭା ସାଂସଦ ଓ ଅପରାହ୍ଣରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟତମ ଅତିଥି ରୂପେ ଜିଲ୍ଲା ଶିକ୍ଷାଧିକାରୀ ରାମଚନ୍ଦ୍ର ନାହକ, ଅତିରିକ୍ତ ଶିକ୍ଷାଧିକାରୀ ଭଜନଲାଲ ମାଝୀ ଓ ଶାନ୍ତିଲତା ମୁନୀ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ ଜଗନ୍ନାଥ ମେହେର, ସମସ୍ତ ବ୍ଳକ ଶିକ୍ଷାଧିକାରୀ ବୃନ୍ଦ ଉପସ୍ଥିତ ଥିଲେ । ଛାୟା ସଂସଦରେ ଶପଥପାଠ, ବିଲ ଓ ବଜେଟ ଉପସ୍ଥାପନ, ଶୁନ୍ୟ କାଳରେ ବିଭିନ୍ନ ପ୍ରସଙ୍ଗରେ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମକୁ ସଭିଏଁ ପ୍ରଶଂସା କରିଥିଲେ । ସଂସଦରେ ଜିଲ୍ଲାବାସୀଙ୍କ ସମସ୍ୟା ସମାଧାନ ନିମନ୍ତେ ଅନେକ ପ୍ରଶ୍ନ ଉତ୍ଥାପନ କରିବା ସହ ବିକାଶ ପାଇଁ ସର୍ବଦା ପ୍ରୟାସ କରି ଆସୁଥିବା ପ୍ରକାଶ କରିଥିଲେ । ରାଜ୍ୟ ସ୍ତରରେ ଅନେକ ସୁନାମ ଅର୍ଜନ ନିମନ୍ତେ ଉତ୍ସାହିତ କରିଥିଲେ । ଏଥିରେ ଏଗାର ବ୍ଳକର ଅଷିଏ ଜଣ ଶିଶୁ ଏଥିରେ ଅଂଶଗ୍ରହଣ କରିଥିଲେ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଯନ୍ତ୍ରଣାରେ ଛଟପଟ କର୍କଟ ରୋଗୀ |ସ୍ୱାସ୍ଥ୍ୟ ବୀମା କାର୍ଡରେ ନାମ ନଥିବା ଯୋଗୁଁ ଚିକିତ୍ସା ପାଇଁ ଅର୍ଥ ଅଭାବ 

masiha

ଓଡ଼ିଶା ଡ୍ରାଇଭର ମହାସଂଘକୁ ସମର୍ଥନ ଜଣାଇ ବନ୍ଧୁଗାଁ ଡ୍ରାଇଭର ସଂଘ ତରଫରୁ ଷ୍ଟିରିଙ୍ଗ ଛାଡ ଆନ୍ଦୋଳନ

Sunil Chandra Nayak

ସୁରଦା ଗ୍ରାମରେ ପାୟୋନିୟର କମ୍ପାନୀ ଆନୁକୂଲ୍ୟରେ ଫସଲ ଅମଳ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!