ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜନଜାତିୟ ଗୌରବ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

ଜନଜାତିୟ ଗୌରବ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

ଡାବୁଗାଁ, ୧୨/୧୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବିଡିଓ ଙ୍କ କାର୍ଯ୍ୟ|ଳୟ ପ୍ରକୋଷ୍ଠ ରେ ଜନଜାତିୟ ଗୌରବ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବିଡିଓ ଶରତ ମାଝି ଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏହି ଦିବସ ପାଳନ ଅବସରରେ ଡାବୁଗାଁ ବ୍ଲକରୁ କିପରି ହିତାଧିକାରୀ ମାନେ ଯୋଗ ଦେବେ ଓ କିପରି ଭାବେ ସୁଚାରୁରୂପେ କାର୍ଯ୍ୟକ୍ରମ କରାଯିବ ସେ ନେଇ ଆଲୋଚନା ହୋଇଥିଲା | ଡାବୁଗାଁ ବ୍ଲକ ର ଘୋଡାଖୁଣ୍ଟା ପଞ୍ଚାୟତ ଅଧୀନ କୁରୁପା ଗ୍ରାମରେ ଆସନ୍ତା ୧୫ ତାରିଖ ରେ ଜିଲା ସ୍ତରୀୟ ଜନଜାତିୟ ଗୌରବ ଦିବସ ପାଳନ କରାଯିବ | ଏହି ବୈଠକରେ ତହସିଲଦାର ଗୀତା ମୁର୍ମ, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା. ଶୁଭାଶିଷ ସାହୁ, ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଅଙ୍ଗନୱାଡି ସୁପରଭାଇଜର ବିମଳା କୁମାରୀ ନାୟକ, ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ରୋହିତ କିଶାନ, ବନପାଳ ଉମାକାନ୍ତ ପଟ୍ଟନାୟକ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ସୁସ୍ଥ ଗଣତନ୍ତ୍ର ପାଇଁ ନ୍ଯାୟ ପାଳିକାର ଭୂମିକା ସଂପର୍କରେ ଆଲୋଚନାଚକ୍ର

Sunil Chandra Nayak

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳନ.

Sunil Chandra Nayak

ଜୁନାଗଡ଼ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

masiha

Leave a Comment

error: Content is protected !!