ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର. ମୋଟ ୯୬ ଟି ଅଭିଯୋଗର ହେଲା ଶୁଣାଣୀ.

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର. ମୋଟ ୯୬ ଟି ଅଭିଯୋଗର ହେଲା ଶୁଣାଣୀ.

ମୟୂରଭଂଜ : ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି. ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଶ୍ରୀ ବରୁଣ ଗୁଣ୍ଟୁପାଲି ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଚାରୁ କୁମାର ବଳ, ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ, ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଧିକାରୀ ଡା. ରବୀନ୍ଦ୍ର କୁମାର ମାର୍ଣ୍ଡି ପ୍ରମୁଖ ଯୋଗ ଦେଇଥିଲେ .

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ. ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୯୬ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୭୭ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୯ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.

ଏଥି ମଧ୍ୟରୁ ୮ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଆବେଦନର ଗୁରତ୍ୱକୁ ବିଚାର କରି ରେଡକ୍ରସ ପାଣ୍ଠିରୁ ୨ଜଣଙ୍କୁ ଟ. ୨୦, ୦୦୦/- ଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ.

ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।

ମୟୂରଭଂଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ଡ଼ାଇଭାରସନ ନିର୍ମାଣରେ ତ୍ରୁଟି, ଗମନାଗମନ ବ୍ୟାହତ

Sunil Chandra Nayak

ପି.ଏମ୍.ଶ୍ରୀ ବି.ବି.ସରକାରୀ ହାଇସ୍କୁଲ,ଢେଙ୍କାନାଳରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ -୨୦୨୫ ଅନୁଷ୍ଠିତ

masiha

୧-ଆଲମଣ୍ଡା ରେ ପାଳିଲେ ଦି ବାର୍ଷିକ ବିଶ୍ୱ ଆଦିବାସି ଦିନସା ପାଳନ , ୨- ନାବାଳିକାର ମୃତ ଦେହ ଉଦ୍ଧାର

Sunil Chandra Nayak

Leave a Comment

error: Content is protected !!