ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶତାୟୁ,ପିଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳରେ ଶିଶୁ ଦିବସ -୨୦୨୫ ପାଳିତ

ଶତାୟୁ,ପିଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳରେ ଶିଶୁ ଦିବସ -୨୦୨୫ ପାଳିତ

 ଢେଙ୍କାନାଳ: ତା.୧୪.୧୧.୨୦୨୫ ରିଖ: ( ) ଆଜି ସ୍ଥାନୀୟ ଶତାୟୁ ,ପିଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ ବର୍ଣ୍ଣାଢ଼୍ୟ ଶିଶୁ ଦିବସ -୨୦୨୫ ପାଳିତ ହୋଇଯାଇଛି।ଏହି ଅବସରରେ ଢେଙ୍କାନାଳ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ମନୋଜ ରଞ୍ଜନ ଦଳେଇ,ଓଡ଼ିଶା ଶିକ୍ଷା ସେବା ପ୍ରଥମ (ବରିଷ୍ଠ)ଙ୍କ ମାର୍ଗଦର୍ଶନରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ତଥା ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁନୀତାବାଳା ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବରେ ଆମ ବିଦ୍ୟାଳୟର ପ୍ରାକ୍ତନ ବରିଷ୍ଠ ଶିକ୍ଷକ,୧୯୮୦ ମସିହା ପ୍ରାକ୍ତନ ଛାତ୍ର,ଓଡ଼ିଶା ରାଜ୍ୟ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ,ଜାତୀୟ ତଥା ଆନ୍ତର୍ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷାବିତ୍ ତଥା ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ରାଜ୍ୟ ପୁରସ୍କାରପ୍ରାପ୍ତ ଢେଙ୍କାନାଳ ଜିଲ୍ଲା ସଂଯୋଜକ ଡ଼ା.ଦେବୀ ପ୍ରସାଦ ମିଶ୍ର ଯୋଗଦାନ କରି ଆଜିର ଶିଶୁମାନେ ଆସନ୍ତା କାଲିର ନାଗରିକ ଓ ଶିଶୁମାନଙ୍କର ସର୍ବାଙ୍ଗୀନ ଉନ୍ନତିରେ ଦେଶର ଉଜ୍ଜ୍ୱଳ ଭବିଷ୍ୟତ ନିର୍ଭର କରିଥାଏ ବୋଲି ଦୃଢ଼ ମତପୋଷଣ କରିଥିଲେ।ଡା.ମିଶ୍ର ଶିଶୁ ଦିବସର ଲକ୍ଷ୍ୟ,ଉଦ୍ଦେଶ୍ୟ ତଥା ଆଭିମୁଖ୍ୟ ସମ୍ପର୍କରେ ସବିଶେଷ ଆଲୋଚନା କରିବା ସଙ୍ଗେ ସଙ୍ଗେ ଶିକ୍ଷୟିତ୍ରୀ ,ଶିକ୍ଷକମାନେ ଶିକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରି ମଣିଷ ତିଆରି କାରଖାନାରେ ମଣିଷ ତିଆରି କରି,ଦେଶ ଗଠନରେ ପ୍ରତ୍ୟେକ କ୍ଷେତ୍ରରେ ପ୍ରମୁଖ ଭୁମିକା ନିର୍ବାହ କରୁଥିବା ସମସ୍ତଙ୍କୁ ପ୍ରଣାମ ଜଣାଇ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତିର ସଫଳ ରୂପାୟନ କରିବାକୁ ସମସ୍ତେ ଆଗେଇ ଆସିବାକୁ ଦୃଢ଼ ଆହ୍ବାନ ଜଣାଇଥିଲେ।ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ତଥା ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁନୀତାବାଳା ଷଡ଼ଙ୍ଗୀ ଏହି ଶିଶୁ ଦିବସ ଉତ୍ସବରେ ସଭାପତିତ୍ବ କରି ସ୍ୱୀୟ ବକ୍ତବ୍ୟରେ ଶିଶୁ ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ।ବରିଷ୍ଠ ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲ,ବିଦ୍ୟାଳୟର ସଂସ୍କୃତି ବିଭାଗର ଦାୟିତ୍ୱରେ ଥିବା ବରିଷ୍ଠ ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ଦିପ୍ତିଶ୍ କୁମାର ଶତପଥୀ,ଶିକ୍ଷୟିତ୍ରୀ କଲ୍ୟାଣୀ ବଡ଼ଜେନା ଓ ସମସ୍ତ ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କ ମିଳିତ ମାର୍ଗଦର୍ଶନରେ, ସୁନିତାବାଳା ଷଡ଼ଙ୍ଗୀ,ସ୍ୱାଗତିକା ରଥ,ସୁଜାତା ପଣ୍ଡା,ସୁଚିତ୍ରା ସାହୁ,କିରଣମୟୀ ମାହାଳିକ,କଲ୍ୟାଣୀ ବଡ଼ଜେନା,ଜ୍ୟୋତି ରଞ୍ଜନ ନାୟକ,ନଳିନୀ ବେହେରା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ମିତିସୁଧା ଜେନା,ସ୍ମିତା ପଟ୍ଟନାୟକ,ଅନିତା ସାହୁ କାର୍ଯ୍ୟାଳୟ ସହକାରୀ ସୁଦର୍ଶନ ସାହୁ ଓ ଅଜିତ କୁମାର ବାରିକ,ଭୋକେଶନାଲ ଦାୟିତ୍ୱରେ ଥିବା ଶୁଭଶ୍ରୀ ଦେବସ୍ମିତା ରାଉତ,ସୁଜିତ କୁମାର ବାରା,ଚତୁର୍ଥ ଶ୍ରେଣୀ କର୍ମଚାରୀ ବାସୁଦେବ ରଣା,ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା,ନରହରି ଗୋଛାୟତ ପ୍ରମୁଖ କର୍ମଚାରୀ ବୃନ୍ଦ ଓ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ଯୋଗଦାନ କରି ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୂଖ୍ୟ ଅତିଥି,ସମ୍ମାନିତ ଅତିଥିଙ୍କ ସମେତ ଉପସ୍ଥିତ ସମସ୍ତେ ପ୍ରାକ୍ତନ ପ୍ରଧାମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଫଟୋରେ ପୁଷ୍ପ ମାଲ୍ୟାର୍ପଣ,ଧୂପ ଦୀପ ଅର୍ପଣ କରିଥିଲେ ଓ ବିଦ୍ୟାଳୟର ଛାତ୍ର-ଛାତ୍ରୀମାନେ ପ୍ରାର୍ଥନା ସଙ୍ଗୀତ ଓ ଉଦ୍ ଘାଟନୀ ସଙ୍ଗୀତ ଗାନ କରିଥିଲେ।ଛାତ୍ରୀ- ଛାତ୍ର,ଶିକ୍ଷୟିତ୍ରୀ,ଶିକ୍ଷକମାନେ ଆଜିର ଶିଶୁ ଦିବସର ଆଭିମୁଖ୍ୟ ଓ ନେହେରୁଙ୍କ ଜୀବନାଦର୍ଶ ସମସ୍ତଙ୍କ ଜୀବନକୁ ଅନୁପ୍ରାଣିତ କରିପାରିବ ବୋଲି ଦୃଢ଼ ମତପୋଷଣ କରିଥିଲେ।ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ତଥା ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁନୀତାବାଳା ଷଡ଼ଙ୍ଗୀଙ୍କ ପ୍ରେରଣାରେ ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ସଂସ୍କୃତ ଶିକ୍ଷୟିତ୍ରୀ ଡଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ଦିପ୍ତିଶ୍ କୁମାର ଶତପଥୀ,ଶିକ୍ଷୟିତ୍ରୀ କଲ୍ୟାଣୀ ବଡ଼ଜେନା ଓ ସମସ୍ତ ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କ ମିଳିତ ମାର୍ଗଦର୍ଶନରେ ଓ ସହଯୋଗିତାରେ ସୁନ୍ଦର ବର୍ଣ୍ଣାଢ଼୍ୟ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଡ. ଅନୁପମା ମିଶ୍ର ସ୍ୱାଗତ ଭାଷଣ,କାର୍ଯ୍ୟକ୍ରମର ଆଭିମୁଖ୍ୟ ବର୍ଣ୍ଣନା,ଅତିଥି ପରିଚୟ ପ୍ରଦାନ,କାର୍ଯ୍ୟକ୍ରମର ସଫଳ ପରିଚାଳନା,କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ସ୍ଵୀୟ ଅଭିଭାଷଣରେ ଶିଶୁ ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ।ବରିଷ୍ଠ ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ପରିଶେଷରେ ବିଦ୍ୟାଳୟର ଛାତ୍ରୀ,ଛାତ୍ରମାନଙ୍କ ଦ୍ଵାରା ସୁମଧୁର ଉଦଯାପନୀ ସଙ୍ଗୀତଗାନ କରାଯିବା ପରେ ସମସ୍ତଙ୍କୁ ପେନ୍ ଓ ଚକ୍ଲେଟ୍ ବଣ୍ଟନ କରାଯାଇଥିଲା।

ଡ଼ା.ଦେବୀ ପ୍ରସାଦ ମିଶ୍ର,ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ 
ବରିଷ୍ଠ ଶିକ୍ଷାବିତ୍,ପରାମର୍ଶଦାତା,ମାର୍ଗଦର୍ଶକ, ବିଚାରକ,ପର୍ଯ୍ୟବେକ୍ଷକ,ବରିଷ୍ଠ ନାଗରିକ,ସାମାଜିକ କର୍ମୀ ତଥା ଭ୍ରାମ୍ୟମାଣ ଅବୈତନିକ ସମ୍ବାଦଦାତା

Related posts

ଗାରିଡି ଗ୍ରାମରେ ଚାଲିଛି ଘଟ ଯାତରା ,  ଦୁଇ ରାତ୍ରରେ ୨ ସାମାଜିକ ଗଣ ନାଟକ 

ଶୋଚନୀୟ ଅବସ୍ଥାରେ ସୁରୁପି ଠାରୁ ଲୋହାରି ଗଡ଼ା ରାସ୍ତା !!!

Sunil Chandra Nayak

ଜିଲ୍ଲା ସ୍ତରୀୟ ସୁଭଦ୍ରା ଯୋଜନା ର ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

Leave a Comment

error: Content is protected !!