ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ରାଉରକେଲାରେ ଅନୁଷ୍ଠିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ରାଉରକେଲାରେ ଅନୁଷ୍ଠିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଗୁଜୁରାଟରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ.
ରାଜ୍ୟସ୍ତରୀୟ ଉତ୍ସବରେ ୧୩୪୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ
ରାଉରକେଲା ହନୁମାଟ ବାଟିକା ଛକରୁ ପାୱାର ହାଉସ୍ ଛକ ରାସ୍ତାକୁ ଭଗବାନ ବୀର୍ସା ମୁଣ୍ଡାଙ୍କ ନାମରେ ନାମିତକଲେ ମୁଖ୍ୟମନ୍ତ୍ରୀ
ବ୍ରିଟିଶ ଶାସନ ବିରୋଧରେ ବିର୍ସା ମୁଣ୍ଡାଙ୍କ ବିପ୍ଳବ ଦେଶର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ବତନ୍ତ୍ର ଫର୍ଦ୍ଦ ଯୋଡିଥିଲା.
ଜନଜାତି ସମ୍ପ୍ରଦାୟଙ୍କ ସର୍ବାଙ୍ଗୀନ ବିକାଶ ଲାଗି ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ- ମୁଖ୍ୟମନ୍ତ୍ରୀ 

 ରାଉରକେଲା: ବିର୍ସା ମୁଣ୍ଡା ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଭାରତ ଇତିହାସରେ ସବୁଦିନ ପାଇଁ ଅମର ହୋଇ ରହିଛନ୍ତି। ଇଂରେଜ ଶାସନ ସମୟରେ ବିର୍ସା ଅନ୍ୟାୟ, ଅତ୍ୟାଚାରକୁ ବିରୋଧ କରି ବିହାର, ଝାଡଖଣ୍ଡ ଅଞ୍ଚଳର ସଂଗ୍ରାମୀ ମାନଙ୍କୁ ଏକାଠି ଏକ ବଡ ଧରଣର ବିପ୍ଳବ ମାଧ୍ୟମରେ ଦେଶର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ବତନ୍ତ୍ର ଫର୍ଦ୍ଦ ଯୋଡିଥିଲେ ବୋଲି  ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୦ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କହିଛନ୍ତି। 

ସୂଚନା ଯୋଗ୍ୟ ଯେ, ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରୁ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଉରକେଲା ଠାରେ ସୁନ୍ଦରଗଡ ଜିଲ୍ଲା ପାଇଁ ୧୩୪୫ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲା ସହରର ହନୁମାନ ବାଟିକା ଛକରୁ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ଭଗବାନ ବିର୍ସା ମୁଣ୍ଡା ରାସ୍ତା ଭାବେ ନାମିତ କରିଛନ୍ତି। ଉପସ୍ଥିତ ରାଉରକେଲା ବାସୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କିଶୋର ବୟସରୁ ବିର୍ସା ଉପନିବେଶବାଦୀ ଶୋଷଣ ବିରୋଧୀ ଜନପ୍ରତିରୋଧର ନେତୃତ୍ବ ନେଇଥିଲେ। ବ୍ରିଟିଶ୍ ଶାସନ ଓ ସ୍ଥାନୀୟ ଜମିଦାରଙ୍କ ଶୋଷଣ ଓ ଅତ୍ୟାଚାରରେ ନିଷ୍ପେଷିତ ଲୋକମାନଙ୍କ ସାମାଜିକ ଓ ଆର୍ଥିକ ଅଧିକାର ପାଇଁ ଲଢେଇ ଜାରି ରଖିଥିଲେ। ବିର୍ସା ମୁଣ୍ଡାଙ୍କ ବିଦ୍ରୋହ ଝାଡଖଣ୍ଡ, ଓଡିଶା, ବିହାର, ପଶ୍ଚିମ ବଙ୍ଗ ଏବଂ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ବ୍ୟାପୀ ଏକ ବିରାଟ ଆଦିବାସୀ ଆନ୍ଦୋଳନର ରୂପ ନେଇଥିଲା। ସେ ପୁଣି କହିଥିଲେ, ମାନନୀୟ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ପ୍ରେରଣାଦାୟୀ ଉଦ୍ୟମରେ ଆଜି ମହାନ୍ ଜନଜାତି ନାୟକ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି ଉତ୍ସବ ଭଗବାନ ବିର୍ସା ମୁଣ୍ଡାଙ୍କ ବୀରତ୍ବ, ତ୍ୟାଗ ଓ ସାହସ ନିମନ୍ତେ ଉତ୍ସର୍ଗୀକୃତ। ସେ ଆହୁରି କହିଥିଲେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନୀତି ହେଉଛି ସବ୍‌କା ସାଥ୍ ସବ୍‌କା ବିକାଶ, ସବ୍‌କା ବିଶ୍ବାସ ଓ ସବ୍‌କା ପ୍ରୟାସ । ଜନଜାତି ସମ୍ପ୍ରଦାୟଙ୍କ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଅନେକ ଯୁଗାନ୍ତକାରୀ ପଦକ୍ଷପ ଗ୍ରହଣ କରିଛନ୍ତି। ପିଏମ୍ ଜନ୍‌ମନ୍‌ ଯୋଜନା, ଧର୍‌ତୀ ଆବା ଜନଭାଗିଦାରୀ ଅଭିଯାନ, ଆଦିକର୍ମ ଯୋଗୀ ଅଭିଯାନ ଭଳି ବିଭିନ୍ନ ଯୋଜନା ମାଧ୍ୟମରେ ଜନଜାତି ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାର ଉଦ୍ୟମ ଜାରିରହିଛି। ମୁଖ୍ୟମନ୍ତ୍ରୀ କହିଥିଲେ, ଜନଜାତି ସମ୍ପ୍ରଦାୟଙ୍କ ସର୍ବାଙ୍ଗୀନ ବିକାଶ ଲାଗି ରାଜ୍ୟ ସରକାର ଅନେକ ପଦକ୍ଷପ ଗ୍ରହଣ କରିଛନ୍ତି। ଜଙ୍ଗଲ ଜମି ଅଧିକାର ପ୍ରଦାନ ବଳରେ ସେମାନଙ୍କୁ ସଶକ୍ତ କରାଯାଉଛି। ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ମାଧ୍ୟମରେ ଜନଜାତି ପରିବାର ଗୁଡିକୁ ଜୀବନ ଜୀବିକାରେ ସହାୟତା ପ୍ରଦାନ କରି ସେମାନଙ୍କୁ ସଶକ୍ତ କରାଯାଉଛି। ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରପଆଉଟ୍ ହାର ରୋକିବା ପାଇଁ ଶହୀଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନାରେ ଅର୍ଥିକ ସହାୟତା ପ୍ରଦାନ କରାଯାଉଛି। ମୋଦୀଜୀଙ୍କ ନେତୃତ୍ବରେ ଜନଜାତି ସଶକ୍ତିକରଣର ସବୁଠାରୁ ବଡ ଉଦାହରଣ ହେଉଛନ୍ତି  ଦେଶର ମହାମହିମ ରାଷ୍ଟ୍ରପତି ଓ ସେ ନିଜେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ପ୍ରମୁଖ ଉପସ୍ଥିତ ଥିଲେ। ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର ତଥା ଶାସନ ସଚିବ ବି. ପରମେଶ୍ବରନ୍ ସ୍ବାଗତ ଭାଷଣ ଦେଇଥିଲେ। ସୁନ୍ଦରଗଡ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର, ରାଉରକେଲା ମହାନଗର ନିଗମ ଆୟୁକ୍ତ ଦୀନା ଦସ୍ତଗୀର ଉପସ୍ଥିତ ଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

Eminent Social Worker Er.Bimal Chandra Das Felicitated.

Sunil Chandra Nayak

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ କନ୍ଦାଗଡ ପଥର ଶିଳ୍ପୀଙ୍କୁ ମିଳିଲା ଭତ୍ତା

Sunil Chandra Nayak

ଗୌଡ଼ କଷ୍ଟିଗୁଡ଼ା ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି,ସ୍ବାମୀ ବିବେକାନନ୍ଦ,ଓ ମହତ୍ମା ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚିତ

masiha

Leave a Comment

error: Content is protected !!