ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ ଜିଲ୍ଲାପାଳଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ  

ରାୟଗଡ ଜିଲ୍ଲାପାଳଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ  

 କାଶୀପୁର /ରାୟଗଡ/୧୭-୧୧-୨୦୨୫ : ଆଜି ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର.ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଶ୍ରୀମତି ମନୀଷା ଦାସ, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ,ସାମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ରୟାଗଡ଼ର ପ୍ରକଳ୍ପ ପ୍ରଶାସକ, ଶ୍ରୀ ଚନ୍ଦ୍ରକାନ୍ତ ମାଝୀ,ସମିତି ଅଧ୍ୟକ୍ଷ, କଣ୍ଠମାଝି, ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ lଆଜି ମୋଟ ୧୪୧ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୮୮ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ       ୫୩ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜଣକୁ ରେଡ କ୍ରସ ପାଣ୍ଠିରୁ ପାଞ୍ଚ ହଜାର ଟଙ୍କା ଏବଂ ଆଉଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିରିଶ ହଜାର ଜିଲ୍ଲାପାଳ ପ୍ରଦାନ କରିଛନ୍ତି l    

 ଏହି ଅଭିଯୋଗ ଶିବିରରେ  ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

   

Related posts

ଜିଲ୍ଲାସ୍ତରୀୟ ଶ୍ରୀ ଜୟଦେବ ଜୟନ୍ତୀ ପାଳିତ

Sunil Chandra Nayak

ଧନଞ୍ଜୟ ମହାନ୍ତିଙ୍କୁ ସଚେତନ ନାଗରିକ ମଞ୍ଚ ତରଫରୁ ଶ୍ରଦ୍ଧାଞ୍ଜଳି

ଓଡିଶା ଓ ପଶ୍ଚିମବଙ୍ଗ ସୀମାନ୍ତ ନାକା ପଏଣ୍ଟରେ ଟଙ୍କା ନେଉଥିବା ସନ୍ଦେହରେ କାର ଅଟକ

masiha

Leave a Comment

error: Content is protected !!