ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଳି ବ୍ଲକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଆଳି ବ୍ଲକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା/ଆଳି , ୨୪.୧୧.୨୦୨୫,ଆଳି ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି |ଜିଲ୍ଲାପାଳ ରଘୁରାମ ଆର ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୨୧୪ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୨୨ଟି ସାମୂହିକ ଏବଂ ୧୯୨ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା |ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ହଜାର ଟଙ୍କା ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ |୧୭ ଟି ଅଭିଯୋଗର ତତ୍କାଳ ଫଇସଲା ହୋଇଥିଲା | ଅନ୍ୟ ସମସ୍ତ ଅଭିଯୋଗ ଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସମସ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ | ଆଜିର ଏହି ଅଭିଯୋଗ ଶୁଣାଣିରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଧାକର ସାହୁ ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି,ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ନବକ୍ରିଷ୍ଣ ଜେନା,ଉପଜିଲ୍ଲାପାଳ ଅରୁଣ କୁମାର ନାୟକ,ଆଳି ବିଡ଼ିଓ,ତହସିଲଦାର ସମେତ ଡେପୁଟି କଲେକ୍ଟର ତୃପ୍ତି ମହାନ୍ତି ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |

କେନ୍ଦ୍ରାପଡ଼ା ରୁ ଜିଲ୍ଲା ପ୍ରତିନିଧି ସମୀର କୁମାର ପ୍ରଧାନ ଙ୍କ ସହ ରାଜନଗର ରୁ ସୁବ୍ରତ ରାଉତ ଙ୍କ ରିପୋର୍ଟ ମସିହା ନିୟୁଜ

Related posts

ବିଶାଖାପାଟଣା ଟ୍ରେନ ମ୍ପ୍ରସାରଣ ପାଇଁ ଜି ଏମ ଙ୍କୁ ଦାବିପତ୍ର ପ୍ରଦାନ

masiha

କ୍ଷୁଦ୍ର ଜଳସେଚନ ବିଭାଗ ର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ଧର୍ମଗଡ଼ ବିଧାୟକ ଚାଷି ଙ୍କ ଅଭିଯୋଗ ଶୁଣିଲେ, ବିଭାଗୀୟ ଅଧିକାରୀ ଙ୍କୁ ସମାଧାନ ପାଇଁ ନିର୍ଦ୍ଦେଶ

Sunil Chandra Nayak

ପଞ୍ଚାୟତ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି 

Sunil Chandra Nayak

Leave a Comment

error: Content is protected !!