ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଟାଙ୍ଗରପାଲି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଟାଙ୍ଗରପାଲି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୦୧/୧୨/୨୫: ଟାଙ୍ଗରପାଲି ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

           ଆଜି ମୋଟ ୮୩ ଗୋଟି ଅଭିଯୋଗ ରହିଥିଲା। ସେଥି ମଧ୍ୟରୁ ୩୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୯ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଆବେଦନ ରହିଥିଲା ଏବଂ ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା। 

    ଆଜିର ଏହି ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ସୁଶ୍ରୀ ତେଜସ୍ଵିନୀ ବେହେରା ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଧାନ କ୍ଷେତ ଫାଟି ଆଁ କରିଛି, ଏଣେ ଧାନ ମଣ୍ଡି ପଞ୍ଜିକରଣ ପାଇଁ ପ୍ରଶାସନ ର ଭେଳିକି 

Sunil Chandra Nayak

ସମୂହ ଛୁଟିରେ ଗଲେ ପଞ୍ଚାୟତ ନିର୍ବାହୀ ଅଧିକାରୀ

masiha

ଜଲଦା ଏ ବ୍ଲକ ଅଞ୍ଚଳରେ ସ୍ଵଛ ଭାରତ ଏବଂ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!