ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ ପାଳନ ନେଇ ପ୍ରସ୍ତୁତି ବୈଠକ

ବ୍ଲକ ସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ ପାଳନ ନେଇ ପ୍ରସ୍ତୁତି ବୈଠକ 

ଡାବୁଗାଁ, ୨/୧୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ମିସନଶକ୍ତି ସମ୍ମିଳନୀ କକ୍ଷଠାରେ ବ୍ଲକ ସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିଭିନ୍ନ ପ୍ରକାର କମିଟି ଗଠନ, ଦୁଲ୍ଲାରଦେଇ ମନ୍ଦିରରୁ ମଶାଲ ଶୋଭାଯାତ୍ରା ବାହାରି ମଣ୍ଡେଇ ମଞ୍ଚ ପର୍ଯ୍ୟନ୍ତ ଆସିବ, ୧୨ ଟି ପଞ୍ଚାୟତରେ ଥିବା ଆଦିବାସୀ ନୃତ୍ୟ ଦଳ ଗୁଡିକ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ଓ କିପରି ବ୍ଲକ ସ୍ତରୀୟ ମଣ୍ଡେଇ କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳା ସହ ପାଳନ କରାଯିବ ନେଇ ଉକ୍ତ ବୈଠକରେ ଆଲୋଚନା କରଯାଇଥିଲା | ଚଳିତ ମାସ ୧୧ ତାରିଖ ଦିନ ବ୍ଲକ ସ୍ତରୀୟ ମଣ୍ଡେଇ ପାଳନ ନେଇ ନିଷ୍ପତି ନିଆଯାଇଥିଲା | ଏହି ବୈଠକରେ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ, ଭାଜପାର ବିଶ୍ଵନାଥ ମାଝି, ବିଡିଓ ଶରତ ମାଝି, ସହକାରୀ ନିର୍ବାହୀ ଯନ୍ତ୍ରୀ ସଙ୍କେତ ନାୟକ, କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ଚୌଧୁରୀ ଓ ଦିଲ୍ଲୀପ ଦୀପକ ମିଶ୍ର, ଯୋଗାଣ ନିରିକ୍ଷକ ସିପ୍ରା ସାମଲ, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ସହକାରୀ ଉଦ୍ୟାନ ଅଧିକାରୀ ରବି ଶଙ୍କର ପଣ୍ଡା, ପ୍ରାଣୀ ଚିକିତ୍ସକ ଏଲ. ଲୋକନାଥ ରେଡ୍ଡୀ, ବନପାଳ ଉମାକାନ୍ତ ପଟ୍ଟନାୟକ ଓ ସମସ୍ତ ସରପଞ୍ଚ ମାନେ ଉପସ୍ଥିତ ଥିଲେ | ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କୋରାପୁଟ ଜିଲ୍ଲା ଶିଶୁମଙ୍ଗଳ କମିଟିକୁ ରାୟଗଡ଼ ଦାୟିତ୍ୱ ଦେଲେ ସରକାର l “ଦାୟିତ୍ୱ ହସ୍ତାନ୍ତର ନକରିବାରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଲା ଭlଙ୍ଗି ଦାୟିତ୍ୱ ଗ୍ରହଣ କରାଗଲା” 

masiha

୨୦୨୪ ବର୍ଷ ପାଇଁ କବି ଡ. ପ୍ରୀତିଧାରା ସାମଲ ଓ ୨୦୨୫ ବର୍ଷ ପାଇଁ କଥାକାର ଡ. ନୃପରାଜ ସାହୁ

Sunil Chandra Nayak

ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଉପଲକ୍ଷେ ବକୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!