ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଲନାରା ବ୍ଲକ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

କଲନାରା ବ୍ଲକ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ/କଲନାରା, ତା: ୨୭.୦୧.୨୦୨୬ରିଖ ଦିନ ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲନାରା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତି ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ବି ସରୋଜିନୀ ଦେବି ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

ଆଜି ମୋଟ ୫୩ ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୩୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୬ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l  ଏହାସହ ଜିଲ୍ଲାପାଳ ୩ଜଣଙ୍କୁ ୩୬ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଏବଂ ଜଣଙ୍କୁ ପାଞ୍ଚ ହଜାର ଟଙ୍କା ରେଡ କ୍ରୋସ ଫଣ୍ଡରୁ ଚିକିତ୍ସା ପାଇଁ ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ ।

ଏହି ଅଭିଯୋଗ ଶିବିରରେ ବିଶେଷକରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାମଚନ୍ଦ୍ର ନାହାକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏହେସନ ଶେଖ, ଜିଲ୍ଲା ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ, ଜ଼ିଲ୍ଲା ଯୋଗଣୀ ଅଧିକାରୀ ଦାଶରଥୀ ସରେନ, ଜ଼ିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ପ୍ରତିଭା ରାଣୀ ଦାଶ, ଜିଲ୍ଲା ମତ୍ସ୍ଯ ଅଧିକାରୀ ଏସ କେ ଗୌଡ଼, ଜ଼ିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ସହକାରୀ ବନ ଅଧିକାରୀ ଅଶୋକ କୁମାର ପ୍ରଧାନ, ଜ଼ିଲ୍ଲା ଶ୍ରମ ଅଧିକାରୀ, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଜଳ ଯୋଗାଣ ସଂସ୍ଥା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏବଂ ସହକାରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଏବଂ ଅନ୍ୟାନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ଜନସାଧାରଣ ଙ୍କର ବିଭିନ୍ନ ଅଭିଯୋଗ ର ସମାଧାନ କରିଥିଲେ। ଶିବିରରେ କାଳନରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ରୀନା ପ୍ରଧାନ, ତହସିଲଦାର ଭବାନୀ ଶଙ୍କର ମିଶ୍ର, ସହକାରୀ ଜିଲ୍ଲାପାଳ ଶିବ ପ୍ରସାଦ ସାହୁ ପ୍ରମୁଖ ଅଭିଯୋଗ ଶୁଣାଣି ରେ ସହଯୋଗ କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରାଉରକେଲା ରେ  ମହାଶିବରାତ୍ରୀ  ଉପଲକ୍ଷେ ବେଦବ୍ୟାସ ପୀଠରେ ଫେବୃଆରୀ ୨୬ରୁ ମାର୍ଚ୍ଚ ୧୦ ଯାଏଁ ଚାଲିବ ମେଳା

masiha

ତେରେସିଂହା ଡିଗ୍ରୀ କଲେଜ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

Sunil Chandra Nayak

ରାସ୍ତା ଉପରେ ପସରା ପକାଉଥିବା ବ୍ୟବସାୟୀ ଙ୍କୁ ପ୍ରଶାସନର ତାଗିଦ

Sunil Chandra Nayak

Leave a Comment

error: Content is protected !!