ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବାଗ୍ମୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତି ର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି .। ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି .

ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା.। ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାର ରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ. । ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି.। ଶୋକ ସନ୍ତପ୍ତ ପରିବାର କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି.

Related posts

ସଂସ୍କୃତ ଶିକ୍ଷକ ପ୍ରଦିପ୍ତ ଷଡଙ୍ଗୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ଶିଶିର ସାହୁ ମନୋଜ ଙ୍କ ଆଲେଖ୍ୟ •ପଦ୍ମପୁରର ବୋଡ଼ାସମ୍ବର• 

Sunil Chandra Nayak

ନିରୁପମା ପାଣି ଙ୍କ ଗଳ୍ପ ସମୟର ମୋଡ

Sunil Chandra Nayak

Leave a Comment

error: Content is protected !!