ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ଆରମ୍ଭ ହେଲା ମେଳା

ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ଆରମ୍ଭ ହେଲା ମେଳା

ତିନି ଦିବସୀୟ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ଉଦଘାଟିତ 

ରାଉରକେଲା : ୧୫/୨/ ୨୦୨୬:  ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ମେଳା ଆଜିଠାରୁ ଆରମ୍ଭ ହୋଇଯାଇଛି।  ସୁନ୍ଦରଗଡ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ମେଳା ପଡ଼ିଆରେ ଉପସ୍ଥିତ ରହି ବେଦବ୍ୟାସ ମେଳା ଓ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ରାଉରକେଲାର ପବିତ୍ର ବେଦବ୍ୟାସ ପୀଠର ପ୍ରସିଦ୍ଧ ମେଳା ଚଳିତ ବର୍ଷ ମହାଆଡମ୍ବର ସହକାରେ ପାଳନ କରାଯାଉଛି। ଏହା  ଆସନ୍ତା ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। 

ଏଥି ସହ ମେଳା ଅବସରରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ବାରା ତିନି ଦିନ ଧରି ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ଆୟୋଜିତ କରାଯାଉଛି। ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗ ଦ୍ଵାରା ନିଜ ନିଜ ବିଭାଗ ଦ୍ବାରା କରାଯାଉଥିବା ଉଲ୍ଲେଖନୀୟ କାର୍ଯ୍ୟର ପ୍ରଦର୍ଶନୀ ସହିତ ମେଳା ରେ ଆସୁଥିବା ଲୋକମାନଙ୍କ ମଧ୍ୟରେ ସଚେତନ କରାଯାଉଛି l 

ଜିଲ୍ଲା କୃଷି ଉଦ୍ୟାନ ବିଭାଗ ସମେତ ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗ, ପାନପୋଷ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା, ଆଚଳିକ ପରିବହନ ନିଗମ ତରଫରୁ ପ୍ରଦର୍ଶନୀ ଷ୍ଟଲ୍ କରାଯାଇ ଲୋକମାନଙ୍କୁ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଯାଉଛି । ଏତଦ୍ ବ୍ୟତୀତ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଜିଲ୍ଲା ଶ୍ରମ ବିଭାଗ,  ଆଞ୍ଚଳିକ ପୁନର୍ବାସ ଓ ଗବେଷଣା କେନ୍ଦ୍ର ତରଫରୁ ଦିଆଯାଉଥିବା ବିଭିନ୍ନ ସହାୟକ ଉପକରଣ ଓ ସମନ୍ଵିତ ଭୌତିକ ଚିକିତ୍ସା କେନ୍ଦ୍ର ବିଷୟରେ ଲୋକଙ୍କୁ ସଚେତନ କରାଇବା ନିମନ୍ତେ ମଧ୍ୟ ଷ୍ଟଲ୍ କରାଯାଇଛି। ଏହା ବ୍ୟତୀତ ଜିଲ୍ଳା ଶିଳ୍ପ କେନ୍ଦ୍ର, ଜିଲ୍ଲା ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ବିଭାଗ ତରଫରୁ ବିଭିନ୍ନ ସାମଗ୍ରୀ ବିକ୍ରୟ ମଧ୍ୟ କରାଯାଉଛି l  ଏହି ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। 

ଏହି ମେଳାକୁ ସୁରୁଖୁରୁରେ ଶେଷ କରିବା ପାଇଁ ଜିଲ୍ଲା ପ୍ରଶାସନ ପୋଲିସ ଓ ରାଉରକେଲା ମହାନଗର ନିଗମ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ମହାପାତ୍ର କହିଛନ୍ତି l ଏହି ଅବସରରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ସୁଶ୍ରୀ ଦୀନା ଦସ୍ତଗୀର ପାନପୋଷ ଉପ ଜିଲ୍ଲାପାଳ ବିଜୟ ନାୟକ, ରାଉରକେଲା ମହାନଗର ନିଗମର ଯୁଗ୍ମ ଆୟୁକ୍ତ ପଲ୍ଲବୀ ନାୟକ, ଉପାୟୁକ୍ତ ଅନୀତା ନାୟକ, ଜିଲ୍ଲା ଶ୍ରମ ଅଧିକାରୀ ଗୋପାଳ କୃଷ୍ଣ ମଂଗରାଜ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୀମା ଫାତିମା ଏକ୍କାଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ ସରକାରୀ ଉଚ୍ଚ ବିଦ୍ୟାଳୟ କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର 

masiha

ସର୍ବୋଚ୍ଚ ନମ୍ବର ରଖି ଶ୍ରୁତୀ ପାଇଲେ ପ୍ରମିଳା ପଟ୍ଟନାୟକ ସ୍ମୁତି ସମ୍ମାନ 

masiha

ଗଦ୍ୟରୁ ପଦ୍ଯ ସୃଷ୍ଟି ପ୍ରତିଯୋଗିତାରେ ଜଗତସିଂହପୁର ଜିଲ୍ଲା ପ୍ରଥମ 

masiha

Leave a Comment

error: Content is protected !!