ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉମରକୋଟ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ 

ଉମରକୋଟ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:(ତା ୨୩.୨.୨୦୨୬)(ରବି ନାରାୟଣ ମହାନ୍ତି)ଆଜି ଉମରକୋଟ ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବି ଡି ଓ ମନୋଜ ମେହେର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୧୦ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।୩ଜଣ ବିଭିନ୍ନ କାରଣରୁ ଅଙ୍ଗହୀନ ହୋଇଥିବା ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ କରାଯାଇଥିଲା ଏବଂ ୯ ଜଣ ଦିବ୍ୟାଙ୍ଗ କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମାପ ନିଆଯାଇଥିଲା।ସେଭଳି ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୧୩ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା। 

Related posts

କନ୍ଧମାଳ ମହୋତ୍ସବ ରେ ସ୍ଥାନୀୟ କଳାକାର ଙ୍କୁ ମିଳୁନି ସୁଯୋଗ – ଜଳନ୍ଧର, ଯଦୁ ନନ୍ଦନ 

Sunil Chandra Nayak

ବିଶ୍ବ ଜଳବାୟୁ ପରିବର୍ତ୍ତନ ଚିନ୍ତା ଜନକ , ଜୟନ୍ତପୁର ଠାରେ ବିଶ୍ବ ପରିବେଶ ଦିବସ

ଖଡଗ ନଦୀ ଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଉପକୃତ ହେବେ ୩ ଜିଲ୍ଲାର ୨୦ ହଜାର ଲୋକ

Sunil Chandra Nayak

Leave a Comment

error: Content is protected !!