ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଲାଞ୍ଜିଗଡ଼ଠାରେ ଜିଲ୍ଲାପାଳ ଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା ୦୯.୦୫.୨୦୨୨ ମ ନି ସ  ଆଜି ସ୍ଥାନୀୟ ଲାଞ୍ଜିଗଡ଼ବ୍ଲକ ବିଶ୍ଵନାଥପୁର ବିଡିଓଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପି ଡି, ଡି ଆର୍ ଡି ଏ ଶ୍ରୀ ସୋମେଶ ଉପାଧ୍ୟାୟ, ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ଲାଞ୍ଜିଗଡ଼ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୩୯୭ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୪୦ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୫୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୬୨ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା।

ଜନଶୁଣାଣୀ ଶିବିର ପୂର୍ବରୁ ଜିଲ୍ଲାପାଳ ଡ଼ ଗାଭାଲି ସାମାଜିକ ଗଣମାଧ୍ୟମ, ମେଲ୍ ଓ ପତ୍ର ମାଧ୍ୟମରେ ଆସିଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପୋର୍ଟାଲ,ଜନଶୁଣାଣୀ ପୋର୍ଟାଲ ତଥା ଜିଲ୍ଲାପାଳଙ୍କ ଅଫିସ୍ କୁ ଆସିଥିବା ଆବେଦନ ର ଅଭିଯୋଗ ଓ ସମସ୍ୟା ସଂଯୁକ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀ ଠାରେ ପ୍ରାପ୍ତ ହୋଇଥିବା ଅଭିଯୋଗ ର ସମୀକ୍ଷା କରି ଏହାର ଅଗ୍ରଗତି ଓ ସମାଧାନ ଶୀଘ୍ର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପେନସନ,ରାସନ୍ କାର୍ଡ, ଭତ୍ତା,ପାନୀୟ ଜଳ ଉପରେ ଥିଲା।

Related posts

ଦୁଇ ମାସ ହେଲା ପିଡ଼ିଏସ ଚାଉଳ ମିଳିନି, ବିଧାନ ସଭା ଗୃହ କମିଟି ପାଖରେ ଫେରାଦ ହେଲେ ଗାଁ ଲୋକେ

Sunil Chandra Nayak

ବଣି ଜରା ସ୍କୁଲରେ ସୁରଭି କାର୍ଯ୍ୟକ୍ରମ

Sunil Chandra Nayak

ବାଲେଶ୍ବର – ଅଂଶୁ ଘାତରେ ମୃତ୍ୟୁ ବରଣ କଲେ ଟ୍ରକ ହେଲପର

Sunil Chandra Nayak

Leave a Comment

error: Content is protected !!