ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ 

ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ 

ବାଲିଗୁଡା, ତା, ୩୦/୦୩:(ମନିସ): ଆଉ ଦିନକ ପରେ ଆସୁଛି, ୧୩ ଦିନିଆ ଦଣ୍ଡଯାତ୍ରା, ଏହି ପରିପ୍ରେକ୍ଷୀରେ ଚଳିତ ମାସ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଏ ନେଇ ସମସ୍ତ କାର୍ଯ୍ୟ ଶେଷ ପର୍ଯ୍ୟାୟ ରେ ପହଞ୍ଚିସାରିଛି l ଏପ୍ରିଲ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ କରି ଆମକୁ ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି । ତେର ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୫ ତାରିଖ ରବିବାର ସକାଳ ୮ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ୧୩ ଦଣ୍ଡ ଥଳର ବରଣ କରାଯିବ l ଦିବା ଘ.୧୧.୩୦ମି.ସମୟରେ ମେଇନ୍‌ରୋଡ଼ ରେ ଧୂଳିଦଣ୍ଡ ଅନୁଷ୍ଠିତ ହେବ l ଅପରାହ୍ନ ଘ.୦୪.୩୦ ମି.ସମୟରେ ବନ୍ଧପାଖରେ ପାଣିଦଣ୍ଡ ର ଆୟୋଜନ କରାଯିବ l ସନ୍ଧ୍ୟା ୦୫ ଘଟିକା ସମୟରେ ଟାଉନର ବଜାର ଛକ ନିକଟରେ ଅଞ୍ଚଳର ସବୁଠାରୁ ଆକର୍ଷଣୀୟ ୧୩ ଦଣ୍ଡର ମହାମିଳନ ଖୁବ ଯାକ ଜକମକରେ ଆୟୋଜନ କରାଯିବ l ରାତ୍ର ୮ ଘଣ୍ଟ ଠାରୁ ୧୨ ଘଣ୍ଟ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ସହ ରାତ୍ର ୧୧ ଘଣ୍ଟ ସମୟରେ ଝୁଣାଦଣ୍ଡ ର ଏକ ବିରାଟ ପଟୁଆର ହେବା ସହ ୬ ତାରିଖ ସକାଳ ୦୮ଘଣ୍ଟ ସମୟରେ ଯାତ୍ରା ସମାପ୍ତ ହେବ ଏଣୁ ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟା ରେ ଯୋଗ ଦେବାପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l

Related posts

ରାଜ୍ଯ ସରକାର ଙ୍କୁ ଚରମ ପତ୍ର ପ୍ରଦାନ କଲା ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ସଭା‌ 

masiha

ଶ୍ରୀଜଗନ୍ନାଥ ରଥଯାତ୍ରା ଅବସରରେ ଚାଲୁଥିବା ବାଦାମପାହାଡ଼–ପୁରୀ ସ୍ପେଶାଲ୍ ଟ୍ରେନର ବହଳଦା ରୋଡ଼ ରେଳ ଷ୍ଟେସନରେ ଉଭୟ ଦିଗରେ (ଅପ୍ ଓ ଡାଉନ୍) ପୁନଃ ଠିଆ ହେବା ପାଇଁ  ରେଳମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଚକ୍ରଧରଧରପୁର ରେଳମଣ୍ଡଳ ପ୍ରଵନ୍ଧକଙ୍କୁ ଲିଖିତ ଦାବିପତ୍ର

Sunil Chandra Nayak

Leave a Comment

error: Content is protected !!