ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ୪୨ ତମ ବାର୍ଷିକ ଉତ୍ସବ 

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ୪୨ ତମ ବାର୍ଷିକ ଉତ୍ସବ

କାମାକ୍ଷାନଗର, କାମାକ୍ଷାନଗର ସହରର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ୪୨ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯକ୍ରମ ରେ ବାଲାଜୀ ଇଞ୍ଜିକନ ର ପରିଚାଳନା ନିର୍ଦେଶକ ସୁଶୀଲ କୁମାର ଆଗ୍ରୱାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିକ୍ଷା କ୍ଷେତ୍ରରେb ବିଦ୍ୟାର୍ଥୀମାନେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ l ମଠକାରଗୋଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ତ ରଞ୍ଜନ ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ସାଂପ୍ରତୀକ ପରିସ୍ଥିତିରେ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଓକିଲସଙ୍ଘ ର ସଭାପତି ରଞ୍ଜନ କୁମାର ରାଉତ, ମିହିରପ୍ରସାଦ ମହାପାତ୍ର ଉପସ୍ଥିତ ଥିଲେ l ପରିଚାଳନା କମିଟିର ସଭାପତି ଧର୍ମାନନ୍ଦ ମଲ୍ଲିକ ଅଧ୍ୟକ୍ଷତା କରିଥିବା ବେଳେ ସଂପାଦକ ଶେଷରଞ୍ଜନ ଦାସ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷା ସୁବାସିନୀ ମିଶ୍ର ଧନ୍ୟବାଦ ଦେଇଥିଲେ l ଏଇ ଅବସରରେ ବିଭିର୍ନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା କୃତୀ ପ୍ରତିଯୋଗୀ ମାନଙ୍କୁ ମୁଝ୍ୟାତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

ପ୍ରହ୍ଲାଦ ମୁଦୁଲି ଙ୍କ ରିପୋର୍ଟ୍ 

Related posts

ନିମ୍ନ ମାନର ରାସ୍ତା କାମ ନିର୍ମାଣ ଅଭିଯୋଗ ରାସ୍ତା କାମ କୁ ନେଇ ତାତିଲେ ଅଂଚଳବାସୀ କିଛି ସମୟ ଯାଏ ଏସଡ଼ିଓ ଙ୍କୁ ଅଟକ ରଖିଲେ ଆନ୍ଦୋଳନ କାରି ପଦା ରେ ପଡିଲା ବିଭାଗୀୟ ଅଧିକାରୀ ଏବି ଠିକାଦାର ଙ୍କ ମଧୁଚନ୍ଦ୍ରିକା  

Sunil Chandra Nayak

ପାପଡ଼ାହାଣ୍ଡି ସହିଦ ସ୍ମୃତି ସ୍ତମ୍ଭ ଓ ପାର୍କ ର ଉନ୍ନତିକରଣ ନିମନ୍ତେ ବୈଠକ:ସହିଦ ସ୍ମୃତି ପାର୍କ ପାଇଁ ୫ ଏକର ନୂତନ ଜାଗା ଚିହ୍ନଟ ର ପ୍ରସ୍ତାବ 

masiha

ଶ୍ରଦ୍ଧା ଅନୁଷ୍ଠାନରେ ବିଶ୍ବ ମାନସିକ ସ୍ଵାସ୍ଥ୍ୟ ଦିବସ ପାଳନ

Sunil Chandra Nayak

Leave a Comment

error: Content is protected !!