ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବସୋଈ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି

ବସୋଈ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି 

କାମାକ୍ଷାନଗର – ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। 

ଜଣେ ଅନୁଭବୀ ଶିକ୍ଷକ ଓ ମୁରବି ଭଳି ପିଲାର ମାନସିକତାକୁ ଲକ୍ଷ୍ୟ କରି ମୁଖ୍ୟମନ୍ତ୍ରୀ ପିଲାଙ୍କ ମନ ଜିଣିଲା ଭଳି ପିଲାଙ୍କୁ ପଚାରିଥିଲେ ‘ମା’ଙ୍କ ନାଁ କଣ? ବାପାଙ୍କ ନାଁ କଣ? ମାମୁଁ ଘର କେଉଁଠି? କଣ ଖାଇକି ଆସିଛ? ଇତ୍ୟାଦି’। ଏହିପରି ମନକୁ ଛୁଇଁଲା ପରି କଥାବାର୍ତ୍ତା ଜରିଆରେ ସେମାନଙ୍କର ଉତ୍ସାହ ବୃଦ୍ଧି କରି ବିଦ୍ୟାରମ୍ଭକୁ ସହଜ କରିଥିଲେ l ଏହି ଅବସର ରେ ପରଜଙ୍ଗ ବ୍ଲକ କ୍ଲଷ୍ଟର ବସୋଈ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ମଧ୍ୟ ଘଡିଛୁଆଁ ଦିବସ ବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ପ୍ରଧାନ ଶିକ୍ଷୟିତ୍ରୀ ବିନତା ସାହୁ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ,ପଙ୍କଜ ବାରିକ, ଶିକ୍ଷୟିତ୍ରୀ ଦେବକୀ ସିଂହ ଏବଂ ଅଭିଭାବକ ମାନେ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ l

ପ୍ରହ୍ଲାଦ ମୁଦୁଲି ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁର ବନଖଣ୍ଡ ଆନୁକୁଲ୍ୟରେ ବିଶ୍ଵ ଗଜରାଜ ଦିବସ 

Sunil Chandra Nayak

ଠାକୁର ଅନୁକୂଳଚନ୍ଦ୍ରଙ୍କ ଜନ୍ମଜୟନ୍ତୀ ପାଇଁ ପ୍ରେସମିଟ୍

Sunil Chandra Nayak

ଢେ଼ଙ୍କାନାଳ ଜିଲ୍ଲା ୱେବ୍ ମିଡ଼ିଆ ସାମ୍ବାଦିକ ସଙ୍ଘ ର କାମାକ୍ଷାନଗର ଉପଖଣ୍ଡ ସ୍ତରୀୟ ବୈଠକ ଅନୁଷ୍ଠିତ 

masiha

Leave a Comment

error: Content is protected !!