ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ସପ୍ତଶଯ୍ୟା ଠାରେ ତୀର୍ଥ ଯାତ୍ରୀ ମାନଙ୍କ ପାଇଁ ପାନୀୟ ଜଳ ଓ ଶୌଚାଳୟ ଲୋକାର୍ପିତ

ଢେଙ୍କାନାଳ ଜିଲ୍ଲାର ପ୍ରସିଦ୍ଧ ଶ୍ରୀ ଶ୍ରୀ ରଘୁନାଥ ଜୀଉ ବିଜେ ସପ୍ତଶଯ୍ୟା ଠାରେ ମାନ୍ୟବର ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ ଯାତ୍ରୀ ମାନଙ୍କ ପାଇଁ ପାନୀୟ ଜଳ ଓ ସୁଲଭ ଶୌଚାଳୟ ଲୋକାର୍ପିତ କରିଛନ୍ତି ।ଏହି ଲୋକାର୍ପଣ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ସଦର ବିଧାୟକ ସୁଧୀର କୁମାର ସାମଲ ଯୋଗ ଦେଇ ଥିଲା ବେଳେ ସମ୍ମାନିତ ଅତିଥି ରୂପେ ଜିଲ୍ଲାପାଳ ସରୋଜ କୁମାର ସେଠୀ, ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପରିଷଦ ପ୍ରକଳ୍ପ ଅଧିକାରୀ ଶଣ୍ଡିଲ୍ୟ ପ୍ରଧାନ, ନରୋତ୍ତମ ସାହୁ, ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ସ୍ଥାନୀୟ ଲୋକ ପ୍ରତିନିଧି ଯୋଗ ଦେଇ ଥିଲେ ।ଏଠାରେ ଉଲ୍ଲେଖଯୋଗ୍ୟ ଏଠିକାର ଅପରୂପ ସୌନ୍ଦର୍ଯ୍ୟ ଓ ପ୍ରାକୃତିକ ପରିବେଶ ରାଜ୍ୟ ର ତଥା ଦେଶ ବିଦେଶ ର ପର୍ଯ୍ୟଟକ ମାନଙ୍କ ର ଆକର୍ଷଣ କେନ୍ଦ୍ର ବିନ୍ଦୁ ପାଲଟି ଯାଇଛି । ସାତ ଗୋଟି ପାହାଡ ଘେରା ଏହି ପରିବେଶ ରେ ପ୍ରଭୁ ରାମଚନ୍ଦ୍ର ଅଜ୍ଞାତ ବାସ କାଳରେ ସାତ ରାତି କଟାଇ ଥିଲେ ବୋଲି ଜନଶ୍ରୁତି ରହିଛି । ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଓ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ବିଭିନ୍ନ ସମୟରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକୁ ତ୍ବରାନ୍ବିତ କରୁଛନ୍ତି ।

ଢେଙ୍କାନାଳ ରୁ ନାୟକ ଅକ୍ଷୟ ରାଜ ହସ୍ତୀ ଙ୍କ ରିପୋର୍ଟ୍

Related posts

ଟ୍ରକ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଚାଳକ 

Sunil Chandra Nayak

ପାର୍ବତ୍ୟାଞ୍ଚଳ ସମାଡପଦର ଗ୍ରାମରେ ଉତ୍କଟ ପାନୀୟ ଜଳ ସମସ୍ୟା, ସରପଞ୍ଚଙ୍କୁ ଅଭିଯୋଗ କଲେ ଗ୍ରାମବାସୀ

ରଥଯାତ୍ରା ପାଇଁ ପୁରୀ ରେ ବ୍ୟବସ୍ଥା…ଏଣିକି ସବୁ ଅଟୋ ପଛରେ ଲାଗିବ ଦର ତାଲିକା

Leave a Comment

error: Content is protected !!