ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାସ୍ତରୀୟ ଶ୍ରୀ ଜୟଦେବ ଜୟନ୍ତୀ ପାଳିତ

ଜିଲ୍ଲାସ୍ତରୀୟ ଶ୍ରୀ ଜୟଦେବ ଜୟନ୍ତୀ ପାଳିତ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଶ୍ରୀ ଜୟଦେବ ଜୟନ୍ତୀ ପାଳିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ. ଅଜୟ କୁମାର ମିଶ୍ର, ମହାବୀର ଅନୁଷ୍ଠାନର ସଭାପତି ଶାନ୍ତନୁ କୁମାର ବେହେରା, ଶିକ୍ଷାବିତ ଡଃ. ଉମେଶ ଶତପଥି, ଅଧ୍ୟାପକ ପରମେଶ୍ୱର ମୁଣ୍ଡ, ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ଜୟଦ୍ରଥ ସୁନା, ସୁଶାନ୍ତ ନାଏକ, ଚିଣ୍ଟୁ ନାଏକ ପ୍ରମୁଖ ଯୋଗଦେଇ କବି ଶ୍ରୀ ଜୟଦେବ ଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରି ଶ୍ରୀ ଜୟଦେବ ଙ୍କ ସ୍ମୃତିଚାରଣ କରିଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମହାନନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସମନ୍ଵିତ ଶିଶୁ ବିକାଶ କେନ୍ଦ୍ରରେ ଟଙ୍କା ଆତ୍ମସାତ , ବାଟବଣା ହୋଇଛି ଗର୍ଭବତୀ ମହିଳାଙ୍କ ଟଙ୍କା ,ନିରପେକ୍ଷ ତଦନ୍ତ ଦାବି

Sunil Chandra Nayak

ଗୋପାଳ ସ୍ମୃତି ବିଦ୍ୟାପୀଠର ପୁରାତନ ଛାତ୍ର ସଂସଦ ଗଠିତ , ରଘୁନାଥ – ସଭାପତି , ଉମେଶ – ସମ୍ପାଦକ : ତାପସ – ସଂଗଠନ ସମ୍ପାଦକ

Sunil Chandra Nayak

ବାଣିଜ୍ୟ ଓ ପରିଚାଳନା କ୍ଷେତ୍ରରେ ନୂତନ ସମ୍ଭାବନା ସମ୍ପର୍କୀତ ଅନ୍ତର୍ଜାତୀୟ ଆଲୋଚନା ଚକ୍ର ଉଦ୍‌ଘାଟିତ

masiha

Leave a Comment

error: Content is protected !!