ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ 

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ 

କନ୍ଧମାଳ , ତା, ୨୬/୦୪ : (ମନିସ): ଘରୋଇ ଯାତ୍ରୀବାହୀ ବସ ସହ ଏକ କାର ର ମୁହାଁମୁହିଁ ଧକ୍କା ହୋଇ ରାସ୍ତା କଡ଼କୁ ଖସିଲା ବସ l ଅଳ୍ପକେ ବଡ଼ ଧରଣ ର ଦୁର୍ଘଟଣା ରୁ ବର୍ତିଲେ ବସ ରେ ଥିବା ୪୦ରୁ ଉର୍ଦ୍ଧ ଯାତ୍ରୀ l କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ରାଜ୍ୟ ରାଜପଥ ନଂ. ୧ ମୁଖ୍ୟ ରାସ୍ତା ର ପାଇବର ସାହି ନିକଟରେ ଘଟିଛି ଦୁର୍ଘଟଣା l ପ୍ରକାଶ ଯେ, ଫୁଲବାଣୀ ରୁ ମୋହନଗିରୀ ଅଭିମୁଖେ ଯାଉଥିବା ମା’ ତାରିଣୀ ନାମକ ଘରୋଇ ଯାତ୍ରୀବାହୀ ବସ ଟି ଆସୁଥିବା ବେଳେ ପାଇବର ସାହି ନିକଟରେ ବିପରୀତ ଦିଗ ରୁ ଆସୁଥିବା ଅନ୍ୟ ଏକ ଦୀପକ ନାମକ ଘରୋଇ ବସ କୁ କାର ଟି ଓଭରଟେକ କରିଥିଲା l କାର କୁ ବଞ୍ଚାଇବାକୁ ଯାଇ ମା’ ତାରିଣୀ ବସ ର ଡ୍ରାଇଭରସଙ୍ଗେ ସଙ୍ଗେ ହଠାତ ବ୍ରେକ ମାରିବାରୁ ଗାର୍ଡୱାଲ ରେ ବସ ପିଟି ହୋଇଥିଲା l ତେବେ ଦୁର୍ଘଟଣା ରେ ବସ ରେ ବସିଥିବା ସମସ୍ତ ଯାତ୍ରୀ ଓ କାର ଡ୍ରାଇଭର ସମସ୍ତେ ସୁରକ୍ଷିତ ଥିବା ଜଣାପଡିଛି l ଖବର ପାଇ କ.ନୂଆଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି l

ସଂଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁର ରେ ଧର୍ମପ୍ରାଣ ବ୍ୟକ୍ତି ବିଷ୍ଣୁ ପ୍ରସାଦ ଜେନାଙ୍କ ଦେହାନ୍ତରେ ଗଭୀର ଶୋକ

masiha

କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୬ତମ ଜିଲ୍ଲା ସ୍ତରୀୟ ଗୁରୁଦିବସ ଉତ୍ସବ ଆୟୋଜିତ

masiha

ଓଡ଼ିଶା ଜଳସାଥୀ ମହାସଂଘର ରାଜ୍ୟସ୍ତରୀୟ ବୈଠକ  ଜଳସାଥୀ ଙ୍କୁ ନିୟମିତ କରିବା, ବୀମାଭୁକ୍ତ କରିବା ଦାବି

masiha

Leave a Comment

error: Content is protected !!