ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋଷାଗୁମୁଡ଼ା ଠାରେ ଜିଳ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

କୋଷାଗୁମୁଡ଼ା ଠାରେ ଜିଳ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:( ତା ୨୭.୦୪.୨୦୨୬)(ରବି ନାରାୟଣ ମହାନ୍ତି)ଆଜି କୋଷା ଗୁମୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।ଜିଲ୍ଲା ସମାଜ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ୪ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଜିଲା ଓଏ ଏସ ସଙ୍ଘର ବୈଠକ , ନୂତନକର୍ମ କର୍ତା ମନୋନୀତ 

masiha

ଉତ୍କଳମଣି ସେବାସଂସ୍ଥାର ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ

masiha

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ୮୮ ତମ ଓଡିଶା ଦିବସ ମହାସମାରୋହରେ ପାଳିତ

Sunil Chandra Nayak

Leave a Comment

error: Content is protected !!