ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ପ୍ରସ୍ତୁତି

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ପ୍ରସ୍ତୁତି 

ନବରଙ୍ଗପୁର:(୨୭/୦୪/୨୦୨୬(ରବିନାରାୟଣମହାନ୍ତି)ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଧେଶ କ୍ରମେ ଆସନ୍ତା ମଇ ୯ ତାରିଖ ଶନିବାର ଦିନ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୬ ଅନୁଷ୍ଠୀତ ହେବାକୁ ଯାଉଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ସଂଗ୍ରାମ କେଶରୀ ପଟ୍ଟନାୟକଙ୍କ ଆଦେଶ କ୍ରମେ ନବରଙ୍ଗପୁର, ଉମରକୋଟ, ରାଇଘର, ଚନ୍ଦହାଣ୍ଡି ଓ ଝରିଗାଁ ରେ ଥିବା ବିଚାରାଳୟ ଗୁଡିକରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୬ ଅନୁଷ୍ଟିତ ହେବାକୁ ଯାଉଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧୀନ ମକଦ୍ଧମା ଯଥା-ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟ।ଙ୍କ ଋଣ, ବିଦୁତ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ, ଇତ୍ୟାଦି ମକଦ୍ଧମାର ଅପୋକ୍ଷ ସହମତିରେ ସହଜ, ଚୁଡାନ୍ତ ଏବଂ ଅମଳଯୋଗ୍ୟ ସମାଧାନ ହୋଇଥାଏ । ଏହି ଲୋକ ଅଦାଲତରେ କେବଳ ବିଚାରଧୀନ ମକଦ୍ଧମା ନୁହେଁ, ବରଂ ପ୍ରାକ- ମକଦ୍ଧମା ସ୍ତରୀୟ (ମକଦ୍ଧମାକୁ ଯିବା ପୂର୍ବରୁ) ବିବାଦ ଯଥା- ବ୍ୟା ଙ୍କ ଋଣ ଦେୟ, ବିଜୁଳି/ ଜଳଯୋଗାଣ ଦେୟ, ଚେକ ବାଉନ୍ସ ସମ୍ବଦ୍ଧିୟ ବିବାଦ, ଶ୍ରମବିବାଦ ଇତ୍ୟାଦିର ଅପୋକ୍ଷ ସହମତିରେ ସମାଧାନ ମଧ୍ୟ ହୋଇପାରିବ । ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର, ତାଲୁକ ଆଇନ ସେବା କମିଟି, ଉମରକୋଟ, ଚନ୍ଦହାଣ୍ଡି ଓ ଝରିଗାଁ ସହ ତୁରନ୍ତ ଯୋଗାଯୋଗ କରନ୍ତୁବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭୀପ୍.ସା ଗୋଛାୟତ ସୂଚନା ଦେଇଛନ୍ତି। ଯୋଗାଯୋଗ ନମ୍ବର. ୧୫୧୦୦/ ୦୬୮୫୮-୨୨୨୪୪୫/ ୦୬୮୫୮-୨୨୨୫୪୫ ଅଟେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ରାଇରଙ୍ଗପୁର ଷ୍ଟାଡ଼ିୟମରେ ୭୭ ତମ ଉପଖଣ୍ଡସ୍ଥରୀୟ ସ୍ବାଧୀନତା ଦିବସ ପାଳିତ

masiha

ଜଳସେଚନ ଦାବି ରେ ପୁଣି ଧର୍ମଗଡ ଠାରେ ପ୍ରସ୍ତୁତି ବୈଠକ। ଆସନ୍ତାକାଲି ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ନିକଟରେ ଧାରଣା ନିଷ୍ପତ୍ତି….

masiha

ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‍ର ‘ନିରୋଗଶାଳା’ 

Sunil Chandra Nayak

Leave a Comment

error: Content is protected !!