ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୨୭/୦୪/୨୬: କୁତ୍ରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

      ଆଜି ମୋଟ ୩୦ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୧୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୧୩ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୩ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୩ ଗୋଟି ଆବେଦନ ରହିଥିଲା। 

      ଆଜିର ଏହି ଅଭିଯୋଗ ଶୁଣାଣିରେ ମାନ୍ୟବର ବିଧାୟକ ରାଜଗାଙ୍ଗପୁର, ଡ଼ା ସି ଏସ ରାଜେନ୍ ଏକ୍କା, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା ତଥା ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପଲାସ ଠାରେ ଚନ୍ଦନଯାତ୍ରା ମହାସମାରୋହରେ ପାଳିତ

masiha

ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା

ପୂର୍ବତନ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ପ୍ରତିବାଦ – ରାଉରକେଲା ଷ୍ଟିଲ ପ୍ଲାଣ୍ଟ ରେ ୪୦% କର୍ମଚାରୀ କାଟିବା ପ୍ରସ୍ତାବ ତୁରନ୍ତ ରଦ୍ଦ କରାଯାଉ 

Sunil Chandra Nayak

Leave a Comment

error: Content is protected !!