ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ୨୮/୦୪/୨୦୨୬  —  ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବର ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଓଡ଼ିଶାରେ ନୂତନ ରାଜନୈତିକ ଚେତନା ସୃଷ୍ଟି କରି ଓଡ଼ିଶାର ଏବଂ ଓଡ଼ିଆ ଜାତିର ଉନ୍ନତି ଓ ସ୍ୱାର୍ଥରକ୍ଷା ତଥା ସ୍ୱାଭିମାନ ବଜାୟ ରଖିବା ପାଇଁ ମଧୁବାବୁ ସର୍ବସ୍ୱ ତ୍ୟାଗ କରିଥିଲେ । ଛାତ୍ର ଜୀବନଠାରୁ ମୃତୁ୍ୟ ପର୍ଯ୍ୟନ୍ତ ତାଙ୍କର ଜୀବନ ଥିଲା ସଂଘର୍ଷମୟ । ସେ ସାରାଜୀବନ ଦେଶ ଓ ଜାତି ପାଇଁ ସଂଘର୍ଷ କରି ଭାରତବର୍ଷରେ ଓଡ଼ିଆ ଜାତିର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ଯାହାଫଳରେ ଓଡ଼ିଆ ଜାତି ଆଜି ଭାରତବର୍ଷରେ ଏକ ସ୍ୱତନ୍ତ୍ର ମର୍ଯ୍ୟାଦାପୂର୍ଣ୍ଣ ଆସନ ହାସଲ କରିପାରିଛନ୍ତି ।

 ମଧୁସୂଦନ ଦାସ ୧୮୪୮ ମସିହା ଅପ୍ରେଲ ୨୮ ତାରିଖ ଦିନ କଟକ ଜିଲ୍ଲାର ସତ୍ୟଭାମାପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରତେଶ ଗଠନ ତଥା ଓଡ଼ିଆ ଜାତିର ସାମଗି୍ରକ ବିକାଶ ମଧୁବାବୁଙ୍କର ସ୍ୱପ୍ନ ଓ ସଂକଳ୍ପ ଥିଲା । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଦୁଇବର୍ଷ ପୂର୍ବରୁ ୧୯୩୪ ମସିହା ଫେବୃଆରୀ ମାସ ୪ ତାରିଖ ଦିନ ଉତ୍କଳ ଜନନୀର ଏହି ମହାନ୍‌ ବରପୁତ୍ରଙ୍କ ଜୀବନ ଦୀପ ଲିଭି ଯାଇଥିଲା । ଓଡ଼ିଆ ଜାତିର ଉତ୍‌ଥାନ ପାଇଁ ସେ ସର୍ବଦା ଚେଷ୍ଟିତ ଥିଲେ । ଓଡ଼ିଆ ଜାତି ପ୍ରତି ତାଙ୍କର ଆତ୍ମୀୟତାର ପଟାନ୍ତର ନାହିଁ । ପ୍ରକୃତରେ ସେ ଥିଲେ ଉତ୍କଳ ଜନନୀର ଯୋଗ୍ୟତମ ସନ୍ତାନ । 

 ଆଜି ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଭୁବନେଶ୍ୱର (ଏକାମ୍ର) ବିଧାୟକ ଶ୍ରୀ ବାବୁ ସିଂ, ସରକାରୀ ଦଳ ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାଶ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଉତ୍କଳ ସମ୍ମିଳନୀର ବରିଷ୍ଠ କାର୍ଯ୍ୟକର୍ତ୍ତା, ପୂଜ୍ୟପୂଜା ସଂସଦର ପ୍ରତିନିଧି, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । 

 ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ଲିପିକା ରାଣୀ ରାଉତ ଙ୍କ ରିପୋର୍ଟ୍ 

Related posts

ଲୋକକଳାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ,ବଢିଲା ଲୋକକଳା କଳାକାରଙ୍କ ପାରିଶ୍ରମିକ

ଓଡ଼ିଶାରାଜ୍ୟ କ୍ୟାବିନେଟରେ ୯ଟି ପ୍ରସ୍ତାବ ଉପରେ ମୋହର ,‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ନୂଆ ଯୋଜନା

Sunil Chandra Nayak

Dancer who wins hearts,Meet Renowned Odissi Dancer “Sriya Shree Pati”.

masiha

Leave a Comment

error: Content is protected !!