ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିକାଶ ଆବାସିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ଉତ୍ସବ

ବିକାଶ ଆବାସିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ଉତ୍ସବ

ଭବାନୀପାଟଣା : ସଦ୍ୟ ପ୍ରକାଶିତ ସିବିଏସଇ ଦ୍ଵାଦଶ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ଓ ଅଭିଭାବକ ମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନର ନିର୍ଦ୍ଦେଶକ ଡି ଶ୍ୟାମ , ନିର୍ଦ୍ଦେଶକ ଡି ରାମ କୁମାର ଯୋଗ ଦେଇଥିବା ବେଳେ, ସମ୍ମାନିତ ଅତିଥି ରୂପେ ଅନୁଷ୍ଠାନର ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା , ଡି ପଦ୍ମିନୀ, ପ୍ରିନ୍ସିପାଲ କମ ମୁଖ୍ୟ ପ୍ରଶାସକ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ଯକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଉପାଧ୍ୟକ୍ଷ ପ୍ରସନ୍ନଜିଟ ଦତ୍ତ , ପ୍ରବନ୍ଧକ ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ଯୋଗଦେଇଥିଲେ । ପ୍ରକାଶଯୋଗ୍ୟ ଯେ ସିବିଏସଇ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଅନୁଷ୍ଠାନରୁ ବିଜ୍ଞାନରେ ସର୍ବମୋଟ ୧୬୦ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୯୫% ରୁ ଉର୍ଦ୍ଧ୍ବ ୨ ଜଣ ୯୦% ପ୍ରତିଶତରୁ ଉର୍ଦ୍ଧ୍ବ ୮ ଜଣ ୮୦% ରୁ ଉର୍ଦ୍ଧ୍ବ ୪୧ ଜଣ ଥିବା ବେଳେ ୯୯ ଜଣ ୬୦% ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ଶିଳା ନୟନ ୯୫.୬% ପ୍ରତିଶତ ନମ୍ବର ରଖି ଜିଲ୍ଲା ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି । ସେହିପରି ବାଣିଜ୍ୟ ବିଭାଗରେ ମୋଟ ୩୫ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪ ଜଣ ଛାତ୍ର ୯୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ୨୯ ଜଣ ଛାତ୍ର ଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ମୟଙ୍କ ଅଗ୍ରୱାଲ ସର୍ବାଧିକ ୯୭% ପ୍ରତିଶତ ନମ୍ବର ରଖି ଜିଲ୍ଲା ଟପ୍ପର ହୋଇଛନ୍ତି। ଏହି ଅବସରରେ ୮୦% ପ୍ରତିଶତ ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ଥିବା ଛାତ୍ର ଛାତ୍ରୀ ଓ ଅଭିଭାବକଙ୍କୁ ଅନୁଷ୍ଠାନ ତରଫରୁ ସମ୍ମାନୀତ କରାଯାଇଥିଲା । ବିକାଶ ଶିକ୍ଷାନୁଷ୍ଠାନର ଗୁଣାତ୍ମକ ଶିକ୍ଷା ଓ ଅଧ୍ୟବସାୟ ଯୋଗୁଁ ବିଦ୍ୟାର୍ଥୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିବା ସହ କଳାହାଣ୍ଡି ଜିଲ୍ଲାର ମାନବୃଦ୍ଧି କରିଥିବା ଅନୁଷ୍ଠାନର ନିର୍ଦ୍ଦେଶକ ଡି ଶ୍ୟାମ ପ୍ରକାଶ କରିଛନ୍ତି । ଛାତ୍ର ଛାତ୍ରୀଙ୍କ ଏହି ଉଲ୍ଲେଖନୀୟ ସଫଳତାରେ ଅଭିଭାବକ ମାନେ ଖୁସି ବ୍ୟକ୍ତ କରିବା ସହ ଅନୁଷ୍ଠାନର ନିର୍ଦ୍ଦେଶକ, ଅଧ୍ୟକ୍ଷ ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି ।

 ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ

Related posts

ଜୀବନ ବୀମା ନିଗମର ଅଭିକର୍ତ୍ତା ସଂଘର ୫ ଦଫା ଦାବି ନେଇ ଧାରଣା

masiha

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ବହଳଦାରେ ବିଭିନ୍ନ ସ୍ଥାନରେ ରକ୍ଷା ବନ୍ଧନ

Sunil Chandra Nayak

ହାଇଓ୍ବା ଗାଡି ପଛପଟେ ଧକାହୋଇ ବାଇକ ଚାଳକ ଗୁରୁତର, କଟକ ସ୍ଥାନାନ୍ତର

Sunil Chandra Nayak

Leave a Comment

error: Content is protected !!