ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ, କେସ୍ ବନ୍ଦ କରିବାକୁ ନେଉଥିଲେ ୧୦ ଲକ୍ଷ ଲାଞ୍ଚ

 ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଜଣେ ଭିଜିଲାନ୍ସ ଇନ୍ସପେକ୍ଟର ଧରାପଡ଼ିଛନ୍ତି। ତାଙ୍କ ନାଁ ମାନସୀ ଜେନା। ସେ ସମ୍ବଲପୁର ଭିଜିଲାନ୍ସ ଡିଭିଜନରେ ଅବସ୍ଥାପିତ ଅଛନ୍ତି।ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ହାତରେ ସେ ଧରାପଡ଼ିଥିଲେ।ଇନ୍ସପେକ୍ଟର ମାନସୀ ଜେନାଙ୍କ ଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ତାଙ୍କର ଅଫିସ୍ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି। ସେହିପରି ମୁକେଶ ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ..

Related posts

ଅପର୍ତ୍ତି ସେଠୀ ଙ୍କ କବିତା ମୋ ଘର କଥା

Sunil Chandra Nayak

ପୋଖରୀ ରେ ବୁଡି ନାବାଳକ ମୃତ

Sunil Chandra Nayak

ନର୍ଲା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!