ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ, କେସ୍ ବନ୍ଦ କରିବାକୁ ନେଉଥିଲେ ୧୦ ଲକ୍ଷ ଲାଞ୍ଚ

 ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଜଣେ ଭିଜିଲାନ୍ସ ଇନ୍ସପେକ୍ଟର ଧରାପଡ଼ିଛନ୍ତି। ତାଙ୍କ ନାଁ ମାନସୀ ଜେନା। ସେ ସମ୍ବଲପୁର ଭିଜିଲାନ୍ସ ଡିଭିଜନରେ ଅବସ୍ଥାପିତ ଅଛନ୍ତି।ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ହାତରେ ସେ ଧରାପଡ଼ିଥିଲେ।ଇନ୍ସପେକ୍ଟର ମାନସୀ ଜେନାଙ୍କ ଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ତାଙ୍କର ଅଫିସ୍ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି। ସେହିପରି ମୁକେଶ ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ..

Related posts

ସାମ୍ବାଦିକଙ୍କ ମାତୃ ବିୟୋଗ

ମମତା ସାହୁ  ଙ୍କ କବିତା ଆସହେ ନନ୍ଦ ଦୁଲ୍ଲାଳ ମୋର

Sunil Chandra Nayak

ଗଛକୁ ରାକ୍ଷୀ ବାନ୍ଧି ରକ୍ଷା ବନ୍ଧନ ପାଳିଲେ ଯୁବ ପରିବେଶବିତ୍ ଶୁଭ୍ରାଂଶୁ ଶତପଥୀ 

Sunil Chandra Nayak

Leave a Comment

error: Content is protected !!