ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପରିଗଣନା ଫର୍ମ ବାଣ୍ଟିଲେ ଉପଜିଲ୍ଲାପାଳ ‘ଏସ ଆଇଆର’ କୁ ନେଇ ବାଲିଗୁଡା ବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ

ପରିଗଣନା ଫର୍ମ ବାଣ୍ଟିଲେ ଉପଜିଲ୍ଲାପାଳ ‘ଏସ ଆଇଆର’ କୁ ନେଇ ବାଲିଗୁଡା ବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ

ବାଲିଗୁଡା, ତା, ୩୧/୦୫ :(ମନିସ): କନ୍ଧମାଳ ଜିଲ୍ଲାରେ ଆଜିଠୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ ଓ ଉପଜିଲ୍ଲାପାଳ ତଥା ଉପଖଣ୍ଡ ନିର୍ବାଚନ ଅଧୀକାରୀ ଶ୍ରୀମତୀ ପ୍ରଣୀତା ଙ୍କୁ ପରିଗଣନା ଫର୍ମ ପ୍ରଦାନ କରିଥିଲେ । ଉପ ଜିଲ୍ଲାପାଳ ତାକୁ ଗ୍ରହଣ କରିବା ସହିତ ବାଲିଗୁଡା ସହରର ବିଭିନ୍ନ ଅଞ୍ଚଳକୁ ଯାଇ ପରିଗଣନା ଫର୍ମ ବଣ୍ଟନ କରି ବିଏଲଓ ଏବଂ ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ। ଉପ ଜିଲ୍ଲାପାଳ ଏସ ଆଇ ଆର ସମ୍ପର୍କିତ ପ୍ରତିକ୍ରିୟାରେ କହିଛନ୍ତି ଯେ, ଶନିବାର ଠାରୁ ଆରମ୍ଭ ହୋଇଥିବା ଜିଲ୍ଲାର ସମସ୍ତ ଅଞ୍ଚଳରେ ପରିଗଣନା ଫର୍ମ ବଣ୍ଟନ ଆସନ୍ତା ଜୁନ୍ ୨୮ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏହି ଅଭିଯାନରେ ବୁଥ୍ ସ୍ତରୀୟ ଅଧୂକାରୀ (ବିଏଲଓ) ମାନେ ପ୍ରତ୍ୟେକ ଘରକୁ ଯାଇ ଭୋଟରମାନଙ୍କୁ ପରିଗଣନା ଫର୍ମ ବାଣ୍ଟିବେ। ଏହି ଫର୍ମରେ ଭୋଟରଙ୍କ ପୁରୁଣା ତଥ୍ୟ ସହ ଏକ ନୂତନ ଫଟୋଗ୍ରାଫ୍ ଲଗାଇବା ପାଇଁ ସ୍ଥାନ ରହିଛି। ଭୋଟର ମାନେ ନିଜର ଏବଂ ନିଜ ପରିବାର ସଦସ୍ୟଙ୍କ ସଠିକ୍ ବିବରଣୀ ଯେପରିକି- ଜନ୍ମ ତାରିଖ, ଆଧାର ନମ୍ବର, ମୋବାଇଲ୍ ନମ୍ବର ଏବଂ ଭୋଟର କ୍ରମିଜ ନମ୍ବର ଆଦି ପୂରଣ କରିବେ। କୌଣସି ସନ୍ଦେହ ଉପୁଜିଲେ, ଫର୍ମରେ ଉଲ୍ଲେଖ ଥିବା ବିଏଲ୍‌ଓଙ୍କ ମୋବାଇଲ୍ ନମ୍ବରରେ ଲୋକେ ସିଧାସଳଖ ଯୋଗାଯୋଗ କରିପାରିବେ। ଫର୍ମ ବାଣ୍ଟିବାର କିଛି ଦିନ ପରେ ବିଏଲ୍‌ଓମାନେ ପୁଣିଥରେ ଘରକୁ ଆସି ପୂରଣ ହୋଇଥିବା ଫର୍ମଗୁଡ଼ିକୁ ସଂଗ୍ରହ କରିବେ। ଏଥିସହିତ ସେମାନେ ଦୁଇଟି ଫର୍ମରୁ ଗୋଟିଏ ନିଜ ସହ ନେବେ ଏବଂ ନାଗରିକମାନଙ୍କୁ ପ୍ରମାଣ ସ୍ୱରୂପ ଅନ୍ୟ ଫର୍ମ ଦସ୍ତଖତ କରି ପ୍ରଦାନ କରିବେ। ଭୋଟର ତାଲିକାରେ ବାଦ୍ ପଡ଼ିଥ‌ିବା ଯୋଗ୍ୟ ଭୋଟରଙ୍କୁ ସାମିଲ କରିବା ଏବଂ ଅଯୋଗ୍ୟଙ୍କ ନାମ ହଟାଇବା ହେଉଛି ଏହି କାର୍ଯ୍ୟକ୍ର ମର ମୂଳ ଲକ୍ଷ୍ୟ। ଯେଉଁମାନେ ବାହାରେ ରହୁଛନ୍ତି କିମ୍ବା ଅଫଲାଇନରେ ଫର୍ମ ପୂରଣ କରିପାରିବେ ନାହିଁ, ସେମାନେ (voters.eci.gov.in) ଜରିଆରେ ଅନଲାଇନ୍ ମାଧ୍ଯମରେ ନିଜର ଆବେଦନ ଦାଖଲ କରିପାରିବେ, ଯାହାକୁ ପରେ ବିଏଓ ଏବଂ ଇଆରଓ ଯାଞ୍ଚ କରିବେ। ଏହି ଗୁରୁତ୍ଵପୂର୍ଣ ପ୍ରକ୍ରିୟାକୁ ସଫଳ କରିବା ନିମନ୍ତେ ବିଏଓ ଏବଂ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ବାଲିଗୁଡା ବାସୀଙ୍କୁ ଉପ ଜିଲ୍ଲାପାଳ ଅନୁରୋଧ କରିଛନ୍ତି ।

ସଂଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ତାଲା ମାରି ଅଟକ ରଖିଲେ ଓ୍ବାର୍ଡ଼ମେମ୍ବର

masiha

ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ୱେ ରକ୍ତଦାନ କରି ମଣିଷପଣିଆର ପରିଚୟ ଦେଲେ ସ୍ୱାସ୍ଥ୍ୟକର୍ମୀ ଶାନ୍ତି ମାଝୀ 

Sunil Chandra Nayak

ରାଉରକେଲା ମହାନଗର ନିଗମ ଅଞ୍ଚଳର ସମସ୍ତ ସ୍ଵାସ୍ଥ୍ୟକେନ୍ଦ୍ର ଗୁଡ଼ିକୁ ମିଳିଲା କାୟାକଳ୍ପ ପୁରସ୍କାର

masiha

Leave a Comment

error: Content is protected !!