ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆ ଗାଁ ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ନୂଆ ଗାଁ ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, ୧/୬/୨୬ :  ନୂଆଗାଁ ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର  ଓ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର  ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

     ଆଜି ମୋଟ ୬୦ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ ୧୭ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୪୧ ଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୨ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା।ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଥିିକ ସହାୟତା ପାଇଁ  ଦୁଇ ଜଣ ବ୍ୟକ୍ତି ଆବେଦନ କରିଥିଲେ l  ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା। 

       ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ଚନ୍ଦ୍ରକାନ୍ତ ମଲ୍ଲିକ, ପିଏଆଇଟିଡିଏ ପାନପୋଷ ବିକ୍ରାଣୀ କିସପଟ୍ଟା, ନୂଆଁ ଗାଁ ଗୋଷ୍ଠି ଉନ୍ନୟନ ଅଧିକାରୀ ଜ୍ୟୋତିବିକାଶ ଦାଶ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ବଜ୍ରପାତ ମୃତ୍ୟୁ ଓ ହାତୀ ଉପଦ୍ରବ ରୋକିବାରେ ଡାଳଗଛ

Sunil Chandra Nayak

ବ୍ଲକ ସ୍ତରୀୟ ବ୍ୟାଙ୍କରର୍ସ କମିଟି ବୈଠକ 

masiha

ନବରଙ୍ଗପୁର ଜିଲ୍ଲାରେ ଜନଗଣନା–୨୦୨୭ର ପ୍ରାରମ୍ଭିକ ‘ଘର ତାଲିକାକରଣ ଓ ଘର ନମ୍ବରିଂର ଶୁଭାରମ୍ଭ 

Sunil Chandra Nayak

Leave a Comment

error: Content is protected !!