ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ ଉପରେ ସଚେତନତା ପଦଯାତ୍ରା ଅନୁଷ୍ଠିତ 

ନବରଙ୍ଗପୁର ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ ଉପରେ ସଚେତନତା ପଦଯାତ୍ରା ଅନୁଷ୍ଠିତ 

ନବରଙ୍ଗପୁର:( ତା୦୨/୦୬/୨୦୨୬)(ରବି ନାରାୟଣ ମହାନ୍ତି ) ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସମ୍ବନ୍ଧରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଜି ନବରଙ୍ଗପୁର ସହରରେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଏହି ପଦଯାତ୍ରା ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଆରମ୍ଭ ହୋଇ ବ୍ଲକ୍ କାର୍ଯ୍ୟାଳୟ ଠାରେ ସମାପ୍ତ ହୋଇଥିଲା।କାର୍ଯ୍ୟକ୍ରମ ରେ ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ନବରଙ୍ଗପୁର ଗୌରୀ ଶଙ୍କର ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଦେଖାଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରାରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ,ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଡ଼ ପ୍ରମୋଦ କୁମାର ପୃଷ୍ଟି, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର,ପୌରପାଳିକା ଅଧ୍ୟକ୍ଷ କୁନୁ ନାୟକ, ଜିଲ୍ଲା ସ୍ତରୀୟ ଅଧିକାରୀ,ମୋଡେଲ ଡ଼ିଗ୍ରୀ କଲେଜ,ମହିଳା ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ, ବିଭିନ୍ନ କାର୍ଯ୍ୟଲୟ ର କର୍ମଚାରୀ,ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ବହୁ ସାଧାରଣ ଜନତା ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଅଂଶଗ୍ରହଣକାରୀମାନେ ହାତରେ ସଚେତନତା ପ୍ଲାକାର୍ଡ ଓ ବ୍ୟାନର ଧରି ଏସ୍.ଆଇ.ଆର୍. ପ୍ରକ୍ରିୟାରେ ସାମିଲ ହେବା ପାଇଁ ସ୍ଲୋଗାନ ଦେଇଥିଲେ।ଚାଲୁ ଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ଅଭିଯାନ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଏବଂ ଯୋଗ୍ୟ ନାଗରିକମାନେ ନିଜ ନାମ ଯାଞ୍ଚ ଓ ଅପଡେଟ୍ କରିବା ପାଇଁ ଉତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଥିଲା ।କାର୍ଯ୍ୟକ୍ରମ ଶେଷରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଅସହାୟ ବୃଦ୍ଧଙ୍କୁ ସହାୟତା 

masiha

ଚେମ୍ୱର ଅଫ କମର୍ସ ପକ୍ଷରୁ  ନୂତନ ଉପଖଣ୍ଡ ପୋଲିସ ଅଧିକାରୀ (ଡିଏସପି) ଙ୍କୁ ସ୍ୱାଗତ ଓ ବିଦାୟୀ ଡିଏସପି ଙ୍କୁ ବିଦାୟ ସମ୍ବର୍ଧନା 

masiha

ଵଡଡାଳିମା ପାର୍ବତୀ ଉଚ୍ଚ ବାଳିକା ବିଦ୍ୟାଳୟ ପରିସରରେ ତିରିଂ ଥାନା ପକ୍ଷରୁ ସାଇବର କ୍ରାଇମ ସଚେତନତା ଶିଵିର

Sunil Chandra Nayak

Leave a Comment

error: Content is protected !!