ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେନ୍ତୁଳିଖୁଣ୍ଟି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ତେନ୍ତୁଳିଖୁଣ୍ଟି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:(ତା ୦୮.୦୬.୨୦୨୬)(ରବିନାରାୟଣମହାନ୍ତି)ଆଜି ତେନ୍ତୁଳିଖୁଣ୍ଟି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼. ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ କାଶ୍ୟପ ପାର୍ଥ ଜଗଦୀଶ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଡ଼ ପ୍ରମୋଦ କୁମାର ପୃଷ୍ଟି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ ।ଶିବିରରେ ମୋଟ ୨୨ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଏବଂ ୪ଟି ଗ୍ରାମ୍ୟ ଓ ସାମୁହିକ ସମସ୍ୟା ଆବେଦନ ଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ରାଉରକେଲା ପୋଲିସ ର ସାଇବର ସୁରକ୍ଷା ଅଭିଯାନ

Sunil Chandra Nayak

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, କୋରାପୁଟର ପ୍ରକଳ୍ପ ସ୍ତରୀୟ କମିଟି ବୈଠକ

masiha

ପାଣି ପାଇଁ ଖାଲି ମାଠିଆ ଧରି ଗ୍ରାମବାସୀଙ୍କ ରାସ୍ତାରୋକ

Sunil Chandra Nayak

Leave a Comment

error: Content is protected !!