ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୦୮/୦୬/୨୬: ସବଡେଗା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।

  ଆଜି ମୋଟ ୬୧ ଗୋଟି ଅଭିଯୋଗ ରହିଥିଲା। ସେଥି ମଧ୍ୟରୁ ୩୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ଗୋଟିଏ ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। 

     ଆଜିର ଏହି ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ୱିନୀ ବେହେରା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ନୂତନ ସାମଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ସ୍ୱାସ୍ଥ୍ୟ କର୍ମୀ ଦ୍ୱାରା ସ୍ୱଛତା ପକ୍ଷ ପାଳିତ

Sunil Chandra Nayak

ଏମଏସଏମଇ ର ଜାତୀୟ କର୍ମଶାଳା 

Sunil Chandra Nayak

ରାଇରଙ୍ଗପୁରରେ ସୁସ୍ଥଭାରତ, ସମୃଦ୍ଧ ଭାରତ ଟ୍ରଷ୍ଟ ଆନୁକୂଲ୍ୟରେ ଔଷଧିୟ ବୃକ୍ଷରୋପଣ

masiha

Leave a Comment

error: Content is protected !!