ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:(ତା ୧୬.୦୬.୨୦୨୬)(ରବି ନାରାୟଣ ମହାନ୍ତି)ଆଜି ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଡ଼ ପ୍ରମୋଦ କୁମାର ପୃଷ୍ଟି ଏବଂ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଉମରକୋଟ ଶୁଭେନ୍ଦୁ କୁମାର ଶବର ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଅତିରିକ୍ତ ଉପ ଜିଲ୍ଲାପାଳ ଶରତ କୁମାର ମାଝୀ, ବି ଡି ଓ ଚୈନୁ ଗଣ୍ଡ,ତହସିଲଦାର ସହଦେବ କୁଟ୍ରୁକାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ ।ଶିବିରରେ ମୋଟ ୬୨ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଏବଂ ୧୪ଟି ଗ୍ରାମ୍ୟ ଓ ସାମୁହିକ ସମସ୍ୟା ଆବେଦନ ଥିଲା।ରେଡକ୍ରସ ପାଣ୍ଠିରୁ ୧ ଜଣଙ୍କୁ ଚିକିତ୍ସା ବାବଦ ଆର୍ଥିକ ସହାୟତା ମଞ୍ଜୁର କରାଗଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

କୁଲିହାରି ୫ ଟି ସ୍କୁଲ କାର୍ଯ୍ଯ ତଦାରଖ କଲେ ବିଧାୟକ

Sunil Chandra Nayak

ମାଳିଗାଁ ଗ୍ରାମ ପଞ୍ଚାୟତ ଠାରେ ଏକ ସାଧାରଣ ବୈଠକ ଅନୁଷ୍ଠିତ

masiha

ଜନ ଜୀବନ ପାଇଁ ବିପଦ ସାଜିଛି ରାସ୍ତା କଡ଼ରେ ଥିବା ଏକାଧିକ ଶୁଖିଲା ଗଛ

Leave a Comment

error: Content is protected !!