ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଶା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ସ୍ୱଚ୍ଛ ଭାରତ ଅଭିଯାନ

ଓଡ଼ିଶା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ସ୍ୱଚ୍ଛ ଭାରତ ଅଭିଯାନ

ଜୁନାଗଡ଼ (ମ ନି ସ):-ଓଡ଼ିଶା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ସ୍ୱଚ୍ଛ ଭାରତ ଅଭିଯାନ ଅଧୀନରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜୁନ ୨୧ ତାରିଖରେ ପାଳନ ହେବାକୁ ଥିବା ଅନ୍ତର୍ଜାତୀୟ ଯୋଗ ଦିବସକୁ ଦୃଷ୍ଟିରେ ରଖି ବିଜୁ କଲ୍ୟାଣ ମଣ୍ଡପ ପରିସରକୁ ସ୍ୱଚ୍ଛ ଓ ସୁନ୍ଦର କରିବା ପାଇଁ ଏହି ସଫେଇ ଅଭିଯାନ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଗୋଲାମୁଣ୍ଡା ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ନାୟକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେଶ ନାୟକ, ବି ପି ସି – ରାଜିନ୍ଦ୍ର ମଝିଆସେଠ ବି ଆର ସି – ନିତ୍ୟାନନ୍ଦ ତାଣ୍ଡି ମହାବିଦ୍ୟାଳୟର ଅଧ୍ୟକ୍ଷ ନବିନ ମେହେର ଓ ଅଧ୍ୟାପକ ନବକିଶୋର ସାହୁ, ସରକାରୀ ଯନ୍ତ୍ରୀ ଚିତ୍ତରଞ୍ଜନ ଜେନା, ସମାଜସେବୀ ଶ୍ୟାମସୁନ୍ଦର ଅଗ୍ରୱାଲା, ସି ଡି ପି ଓ ପ୍ରମିଲା ମଞ୍ଜରୀ ପ୍ରଧାନ ଙ୍କ ସହ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାମାନେ ସକ୍ରିୟ ଭାବେ ଯୋଗଦେଇଥିଲେ। ସମସ୍ତ ଅଂଶଗ୍ରହଣକାରୀ ପରିସର ସଫେଇ କରିବା ସହ ସ୍ୱଚ୍ଛତାର ବାର୍ତ୍ତା ପ୍ରଚାର କରିଥିଲେ। ଏହି ଅବସରରେ ସ୍ୱଚ୍ଛ ପରିବେଶ ଗଠନ ଓ ଜନସାଧାରଣଙ୍କ ମଧ୍ୟରେ ସ୍ୱଚ୍ଛତା ସମ୍ପର୍କିତ ସଚେତନତା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ଜଗଜ୍ଜି ବନ ସା ରିପୋର୍ଟ

Related posts

ବନମହୋତ୍ସବ ସପ୍ତାହ ପାଳନ ଅବସରରେ ବୃକ୍ଷ ରୋପଣ

ଭିନ୍ନକ୍ଷମ ଙ୍କ ଆଶ୍ରୟ ସ୍ଥଳୀ ଅପନା ଘରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

Sunil Chandra Nayak

ଧରାକୋଟ ରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!