ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋରେଇ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

କୋରେଇ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର /ମସିହା ନିୟୁଜ , ୨୯।୦୬(ପ୍ରଦୀପ କୁମାର ମଲ୍ଲିକ) : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କୋରେଇ ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୧୦୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୯୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ୦୨ ଗୋଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୦ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଯାଜପୁର, ଶ୍ରୀ ଶିତିକଣ୍ଠ କାନୁନଗୋ , ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଯୁଧିଷ୍ଠିର ନାଏକ, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗନଗର ଶ୍ରୀ ସପନ କୁମାର ନନ୍ଦ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କୋରେଇ ଶ୍ରୀ ଅବନିକାନ୍ତ ସାହୁ, ଭାରପ୍ରାପ୍ତ ତହସିଲଦାର, ବ୍ୟାସନଗର ଶ୍ରୀ ପ୍ରଶାନ୍ତ କୁମାର ପୁହାଣ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Related posts

ଚାରି ବର୍ଷ ଅପେକ୍ଷା ପରେ ଆବାସ ଗୃହ ଯୋଜନାରେ କାର୍ଯ୍ୟାଦେଶ ମିଳିଲା କିନ୍ତୁ ନିର୍ମାଣ ସାମଗ୍ରୀ ଦର ଦେଖି ଚିନ୍ତାରେ ହିତାଧିକାରୀ  

masiha

ନର୍ଲାକୁ ଏନଏସି ମାନ୍ୟତା ମିଳିବାରୁ ଉତ୍ସବ ମୁଖର ନର୍ଲା ସହର 

masiha

କର୍ଲାଗୁଡା ଖୁଦ୍ର ଜଳସେଚନ ପ୍ରକଳ୍ପରେ ଦୁଇ ଦିନିଆ କୃଷକ ତାଲିମ ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!