ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅଜଣା ଗାଡ଼ି ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ

ଅଜଣା ଗାଡ଼ି ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ  

ବାଲିଗୁଡା, ତା, ୦୪/୦୭:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଁଞ୍ଚି ତିନି ଜଣଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ପୋଲିସ୍ । ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ଗୋଟିଏ ମୋଟରସାଇକେଲରେ ତିନିଜଣ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ସୋଇଯାଇଥିଲା । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଥିଲେ । ଦୁର୍ଘଟଣା ଖବରପାଇ ବାଲିଗୁଡ଼ା ପୋଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ସେଠାରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ଦୁଇଜଣଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ତିନିଜଣ ମୃତକଙ୍କ ମର ଶରୀର ବ୍ୟବଚ୍ଛେଦ ପାଇଁ ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି । ତେବେ ଏଯାଏଁ ମୃତକଙ୍କ ପରିଚୟ ମିଳିନଥିବା ବେଳେ ବାଲିଗୁଡ଼ା ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

Related posts

ଫେଲ ହେଲା ଡକାୟତି ଯୋଜନା, ୬ ଗିରଫ

ବୁଡାଗୁଡ଼ା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ: ଅଭିଯୋଗର ଚାରିଦିନ ମଧ୍ୟରେ ଚାରିଜଣ ଅଭିଯୁକ୍ତ ଗିରଫ

ଜୀବନ୍ତ ବ୍ରଜକାପ୍ତା ସହ ୨ଟି ମୋବାଇଲ, ୨ଟି ବାଇକ, ବ୍ରଜକାପ୍ତା କାତି ଜବତ୍ , ଶିକ୍ଷକ ଓ ସମ୍ପର୍କୀୟ ଭାଇ କୋଟ ଚାଲାଣ

masiha

Leave a Comment

error: Content is protected !!